Masthead

ଜଗତସିଂହପୁରରେ ଭୂମିହୀନମାନଙ୍କ ବିକ୍ଷୋଭ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁରରେ ଭୂମିହୀନମାନଙ୍କ ବିକ୍ଷୋଭ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କଲେ ଲୋକେ । ସମସ୍ତଙ୍କ ଗୋଟିଏ ନାରା ବସୁନ୍ଧରା ଯୋଜନାରେ ଜମିପଟ୍ଟା ନାହିଁ ତ ୨୦୨୪ ସାଧାରଣ ନିର୍ବାଚନରେ ଭୋଟ ନାହିଁ। ଭୂମିହୀନମାନଙ୍କୁ ବସୁନ୍ଧରା ଯୋଜନାରେ ୪ ଡିସିମିଲ ଜମିପଟ୍ଟା ପ୍ରଦାନ ଦାବିରେ ଅଲ୍ ଓଡ଼ିଶା ଭୋଇ ସମାଜ ବିକାଶ ପରିଷଦ ଜଗତସିଂହପୁର ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ ଓ ବିକ୍ଷୋଭ ପଦର୍ଶନ କରାଯାଇଛି ।

ଜଗତସିଂହପୁର ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ରହୁଥିବା ଶତାଧିକ ଭୂମି ହୀନ ପରିବାର ଦୀର୍ଘ ଦିନ ଧରି ଜରିପାଲ ତଳେ ବସବାସ କରି ଆସୁଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଭୂମିହୀନମାନଙ୍କୁ ବସୁନ୍ଧରା ଯୋଜନାରେ ଘର ଢିହ ପଟ୍ଟା ଯୋଗାଇ ଦେବାର ବ୍ୟବସ୍ଥା ରହିଥିବାବେଳେ ଜଗତସିଂହପୁର ଜିଲ୍ଲାରେ ସମ୍ପୂର୍ଣ ଓଲଟା ଦେଖା ଯାଇଛି। ଜିଲ୍ଲା ପ୍ରଶାସନ ଓ ରାଜ୍ୟ ସରକାରଙ୍କ ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯାଇ ଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି ସୁଫଳ ନମିଳିବାରୁ ଅଲ ଓଡିଶା ଭୋଇ ସମାଜ ବିକାଶ ପରିଷଦ ଜଗତସିଂହପୁର ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲା ସଂଯୋଜକ ଶଙ୍କର ଦାଶଙ୍କ ନେତୃତ୍ୱରେ ଶତାଧିକ ଭୂମିହୀନ ପରିବାରର ଲୋକ ଏକ ଶୋଭାଯାତ୍ରାରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ଆଗକୁ ସାଧାରଣ ନିର୍ବାଚନ ଥିବାରୁ ରାଜ୍ୟ ସରକାର ଭୂମିହୀନ ପରିବାରମାନଙ୍କୁ ବସୁନ୍ଧରା ଯୋଜନାରେ ଘରଡିହ ପଟ୍ଟା ପ୍ରଦାନ କରିବାକୁ ପରିଷଦ ପକ୍ଷରୁ ଦାବି କରାଯାଇଛି। ଯଦି ରାଜ୍ୟ ସରକାର ଭୂମିହୀନ ମାନଙ୍କୁ ଜମିପଟ୍ଟା ପ୍ରଦାନ ନକରନ୍ତି ଆଗାମୀ ନିର୍ବାଚନ ଭୋଟ ବର୍ଜନ କରାଯିବ ବୋଲି ପରିଷଦ ପକ୍ଷରୁ ଚେତାବନୀ ଦିଆଯାଇଛି। ଶତାଧିକ ଭୂମିହୀନ ମହିଳା ପୁରୁଷ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ ବସିବା ସହିତ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ବିରୋଧରେ ନାରାବାଜି କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି