Masthead

ଜଳିଗଲା ୭୦ ଲକ୍ଷ ଟଙ୍କାର ଶାଢ଼ି

ବାରିପଦା (ବଡ଼ ଖବର ବ୍ୟୁରୋ):  ବିଳମ୍ବିତ ରାତିରେ ଦୋକାନରେ ଲାଗିଲା ନିଆଁ । ହୁତୁହୁତୁ ହୋଇ ଜଳିଲା ଦୋକାନ ଘର । ଜଳିପୋଡି ନଷ୍ଟ ହୋଇଗଲା ୭୦ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କାର ଶାଢ଼ି ସହିତ ଅନ୍ୟ ସାମଗ୍ରୀ । ୩ ଘଂଟା କାଳ ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ କରିଛନ୍ତି । ଉଦଳା ବଜାର ମଝିରେ ଥିବା ଏହି ଶାଢ଼ି ଗୋଦାମରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ମାର୍କେଟରେ ଥିବା ଶାଢ଼ି ମହଲରେ ଅଚାନକ ନିଆଁ ଲାଗିଥିବା ଦେଖି ରାତି ଜଗୁଆଳି ଦୋକାନ ମାଲିକଙ୍କୁ ଫୋନ କରିଥିଲେ ।

ଖବର ପାଇ ଉଦଳା ଦମକଳ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ୩ ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଥିଲେ । ହେଲେ ସେତେବେଳକୁ ଦୋକାନରେ ଥିବା ଶାଢ଼ି ସବୁ ଜଳି ପୋଡି ନଷ୍ଟ ହୋଇଯାଇଥିଲା । ୭୦ ଲକ୍ଷରୁ ଉର୍ଦ୍ଧ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ ହୋଇଥିବା ବେଳେ ସର୍ଟ ସର୍କିଟକୁ ଅଗ୍ନିକାଣ୍ଡ ହୋଇଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ