Masthead

ଜଳିଗଲା ୭୦ ଲକ୍ଷ ଟଙ୍କାର ଶାଢ଼ି

ବାରିପଦା (ବଡ଼ ଖବର ବ୍ୟୁରୋ):  ବିଳମ୍ବିତ ରାତିରେ ଦୋକାନରେ ଲାଗିଲା ନିଆଁ । ହୁତୁହୁତୁ ହୋଇ ଜଳିଲା ଦୋକାନ ଘର । ଜଳିପୋଡି ନଷ୍ଟ ହୋଇଗଲା ୭୦ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କାର ଶାଢ଼ି ସହିତ ଅନ୍ୟ ସାମଗ୍ରୀ । ୩ ଘଂଟା କାଳ ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ କରିଛନ୍ତି । ଉଦଳା ବଜାର ମଝିରେ ଥିବା ଏହି ଶାଢ଼ି ଗୋଦାମରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ମାର୍କେଟରେ ଥିବା ଶାଢ଼ି ମହଲରେ ଅଚାନକ ନିଆଁ ଲାଗିଥିବା ଦେଖି ରାତି ଜଗୁଆଳି ଦୋକାନ ମାଲିକଙ୍କୁ ଫୋନ କରିଥିଲେ ।

ଖବର ପାଇ ଉଦଳା ଦମକଳ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ୩ ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଥିଲେ । ହେଲେ ସେତେବେଳକୁ ଦୋକାନରେ ଥିବା ଶାଢ଼ି ସବୁ ଜଳି ପୋଡି ନଷ୍ଟ ହୋଇଯାଇଥିଲା । ୭୦ ଲକ୍ଷରୁ ଉର୍ଦ୍ଧ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ ହୋଇଥିବା ବେଳେ ସର୍ଟ ସର୍କିଟକୁ ଅଗ୍ନିକାଣ୍ଡ ହୋଇଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ