ସକାଳୁ କଲବଲ କଲାଣି ତାତି, ୫ ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ୩୦ ଡ଼ିଗ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ତାତିରୁ ନାହିଁ ନିସ୍ତାର । ସକାଳୁ କଲବଲା କଲାଣି ତାତି । ଆଜି ସକାଳ ୫ ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୩୦ ଡ଼ିଗ୍ରୀ ତାପମାତ୍ରା, ୮୮% ଆଦ୍ରତା ରେକର୍ଡ । ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଯାହାର ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ଉପକୂଳରେ ଗୁଳୁଗୁଳି ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଜାରି ରହିବ । ରାଜ୍ୟର କିଛି ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକ ତୁଳନାରେ ୪ ରୁ ୬ ଡ଼ିଗ୍ରୀ ଅଧିକ ରହିବା ସମ୍ଭାବନା । ତେବେ ତାପମାତ୍ରାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅଂଶୁଘାତଜନିତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଗତକାଲି ରାଜ୍ୟର ବଲାଙ୍ଗିର ଓ ବରଗଡ଼ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା । ଏହି ଦୁଇ ସହରର ସର୍ବୋଚ୍ଚ ତାପମାତ୍ରା ୪୪.୫ ଡିଗ୍ରୀ ସେଲସିୟସ ରହିଥିଲା । ଝାରସୁଗୁଡ଼ାର ସର୍ବୋଚ୍ଚ ତାପମାତ୍ରା ୪୪,୪ ଡିଗ୍ରୀ ରହିଥିବା ବେଳେ ସୋନପୁରର ତାପମାତ୍ରା ୪୪.୩ ଡିଗ୍ରୀ ରେକର୍ଡ କରାଯାଇଥିଲା । ଏଥିସହ ୩୦ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ପଶ୍ଚିମ ଓଡ଼ିଶା ଓ ଉପକୂଳ ଓଡ଼ିଶାକୁ ଆସନ୍ତା ୧୯ ତାରିଖ ଯାଏ ଗରମ ଓ ଗୁଳୁଗୁଳିରୁ ମୁକ୍ତି ମିଳିବ ନାହିଁ । ସ୍ୱାଭାବିକ ତାପମାତ୍ରା ଠାରୁ ୪ରୁ ୬ ଡିଗ୍ରୀ ଅଧିକ ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ