Masthead

ସକାଳୁ କଲବଲ କଲାଣି ତାତି, ୫ ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ୩୦ ଡ଼ିଗ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ତାତିରୁ ନାହିଁ ନିସ୍ତାର । ସକାଳୁ କଲବଲା କଲାଣି ତାତି । ଆଜି ସକାଳ ୫ ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୩୦ ଡ଼ିଗ୍ରୀ ତାପମାତ୍ରା, ୮୮% ଆଦ୍ରତା ରେକର୍ଡ । ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଯାହାର ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ଉପକୂଳରେ ଗୁଳୁଗୁଳି ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଜାରି ରହିବ । ରାଜ୍ୟର କିଛି ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକ ତୁଳନାରେ ୪ ରୁ ୬ ଡ଼ିଗ୍ରୀ ଅଧିକ ରହିବା ସମ୍ଭାବନା । ତେବେ ତାପମାତ୍ରାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅଂଶୁଘାତଜନିତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଗତକାଲି ରାଜ୍ୟର ବଲାଙ୍ଗିର ଓ ବରଗଡ଼ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା । ଏହି ଦୁଇ ସହରର ସର୍ବୋଚ୍ଚ ତାପମାତ୍ରା ୪୪.୫ ଡିଗ୍ରୀ ସେଲସିୟସ ରହିଥିଲା । ଝାରସୁଗୁଡ଼ାର ସର୍ବୋଚ୍ଚ ତାପମାତ୍ରା ୪୪,୪ ଡିଗ୍ରୀ ରହିଥିବା ବେଳେ ସୋନପୁରର ତାପମାତ୍ରା ୪୪.୩ ଡିଗ୍ରୀ ରେକର୍ଡ କରାଯାଇଥିଲା । ଏଥିସହ ୩୦ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ପଶ୍ଚିମ ଓଡ଼ିଶା ଓ ଉପକୂଳ ଓଡ଼ିଶାକୁ ଆସନ୍ତା ୧୯ ତାରିଖ ଯାଏ ଗରମ ଓ ଗୁଳୁଗୁଳିରୁ ମୁକ୍ତି ମିଳିବ ନାହିଁ । ସ୍ୱାଭାବିକ ତାପମାତ୍ରା ଠାରୁ ୪ରୁ ୬ ଡିଗ୍ରୀ ଅଧିକ ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା