Masthead

ଆସନ୍ତାକାଲି ସକାଳ ୧୦.୩୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଲତବୀ ପରେ ଆରମ୍ଭ ହୋଇଥିଲା ଗୃହ । ପୁଣି ବିଜେଡି ଓ କଂଗ୍ରେସ ପକ୍ଷରୁ ହଟ୍ଟଗୋଳ ଆରମ୍ଭ । ଓଡ଼ିଆ ଅସ୍ମିତା କୁଆଡେ ଗଲାକୁ ନେଇ ନାରା ବାଜି । ବାଚସ୍ପତିଙ୍କ ମାଇକ ଉପାଡ଼ିଲେ ବିରୋଧୀ । ରାଜ୍ୟ ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନରେ ଆକ୍ଟିଭ ମୋଡକୁ ଆସିଛନ୍ତି ବିଜେଡି ବିଧାୟକମାନେ । ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଉଁ ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ ।

ଆଜି ସମାନ ପ୍ରସଙ୍ଗରେ ଉଭୟ ବିଜେଡି ଓ କଂଗ୍ରେସ ବିଧାୟକମାନେ ସରକାରଙ୍କୁ ଘେରିଛନ୍ତି । ଏହାକୁ ନେଇ ଗୃହ ଭିତରେ ହୋ ହାଲ୍ଲା ଦେଖିବାକୁ ମିଳିଥିଲା । ବିରୋଧୀଦଳ ବିଧାୟକମାନେ ଏହି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଓଡ଼ିଆ ଅସ୍ମିତା କୁଆଡେ ଗଲା ବୋଲି ପ୍ରଶ୍ନ କରିଥିଲେ ।

ଏହି ହୋ ହାଲ୍ଲା ଭିତରେ ରାଜନଗର ବିଜେଡି ବିଧାୟକ ଧ୍ରୁବ ସାହୁ ବାଚସ୍ପତି ସୁରମା ପାଢୀଙ୍କ ପୋଡିୟମ ନିକଟକୁ ଯାଇ ତାଙ୍କ ମାଇକ୍ ଟାଣି ଆଣିଥିଲେ । ମାଇକଟି ତଳେ ପଡିଯିବାରୁ ଭାଙ୍ଗିଯାଇଥିବା ଦେଖିବାକୁ ମିଳିଛି । ଗୃହ କାର୍ଯ୍ୟ ଆସନ୍ତାକାଲି ୧୦.୩୦ ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ