ରୁଲିଂ ଦାବି କରି ଗୃହରେ ବିରୋଧୀଙ୍କ ହଟ୍ଟଗୋଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରୁଲିଂ ଦାବି କରି ଗୃହରେ ବିରୋଧୀଙ୍କ ହଟ୍ଟଗୋଳ । ଅପରାହ୍ନ ୪ଟା ଯାଏ ଗୃହ ମୁଲତବି ଘୋଷଣା । ଗତକାଲି ବିଜେପି ପକ୍ଷରୁ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ଗାନ୍ଧୀମାର୍ଗରେ ପ୍ରତିବାଦ କରିଥିବା ବେଳେ ପୋଲିସ ଯେଉଁଭଳି ଅମାନୁଷିକ କାଣ୍ଡ ଘଟାଇଲା ତାହା ନିନ୍ଦନୀୟ ବୋଲି କହିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । କଳା ପୋଷାକ ଧାରୀ ଓ ଧଳା ପୋଷାକ ଧାରୀ କିଏ ଥିଲେ ଯିଏ କର୍ମକର୍ତ୍ତା ଙ୍କୁ ଲାହୁଲୁହାଣ କଲେ ବୋଲି ପ୍ରଶ୍ନ କରିଛନ୍ତି ଜୟନାରାୟଣ ।

ଆହୁରି ମଧ୍ୟ କହିଛନ୍ତି ଆମେ ହସ୍ପିଟାଲ ଯାଇଥିବା ବେଳେ ଆମକୁ ସେମାନଙ୍କୁ ଦେଖିବାକୁ ଦିଆ ଗଲାନି। ଏହା କେଉଁ ପ୍ରକାରର ଶାସନ ବୋଲି ପ୍ରଶ୍ନ କଲେ ବିରୋଧୀ ଦଳ ନେତା। ପୋଲିସ ଅଭିନୟ କରି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଗଣତନ୍ତ୍ରରେ କ’ଣ ପ୍ରତିବାଦ କରି ନ୍ୟାୟ ମାଗିବା ଭୁଲ । ବାଚସ୍ପତି ଆମକୁ ଆପଣ ସୁରକ୍ଷା ଦିଅନ୍ତୁ ବୋଲି କହିଛନ୍ତି ଜୟନାରାୟଣ । ଏହାର ଉଚ୍ଚସ୍ତରୀୟ ତଦନ୍ତ ସାଙ୍ଗକୁ ରୁଲିଂ ଦେବାକୁ ଦାବି କଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’