Masthead

ଘଡ଼ଘଡ଼ି ପଡ଼ି ଜଳିଗଲା ଦୁଇ ବଖରା ଘର, ୨ ଗୁରୁତର

ଜଗତସିଂପୁର(ବଡ଼ ଖବର ବ୍ୟୁରୋ): ବିଳମ୍ବିତ ରାତିରେ ଜିଲ୍ଲାନାସୀ ପଂଚାୟତରେ ଅଘଟଣ। ଘଡ଼ଘଡ଼ି ପଡ଼ି ଜଳିଗଲା ଦୁଇ ବଖରା ଘର, ଦୁଇଜଣ ଗୁରୁତର। । ଗୁରୁତରଙ୍କୁ ପ୍ରଥମେ କୁଜଙ୍ଗ ମେଡିକାଲ ଓ ପରେ କଟକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ କୁଜଙ୍ଗ ବ୍ଲକ ବରିହାଡିହା ଗାଁରେ ରାଧେ ପରିଡ଼ାଙ୍କ ପରିବାର ଶୋଇଥିବା ବେଳେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇ ହଠାତ ଘରେ ନିଆଁ ଲାଗିଯାଇଥିଲା । ବଜ୍ରପାତରେ ରାଧେ ପରିଡାଙ୍କ ୨ ବଖରା ଘର ଜଳିଯିବା ସହିତ ପରିବାରର ୩ ଜଣ ସଦସ୍ୟ ଆହତ ହୋଇଥିଲେ । ଆହତ ମାନଙ୍କୁ ପ୍ରଥମେ କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା ପରେ କଟକ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଥିବା ନେଇ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ