Masthead

କେତେ ଟଙ୍କା ଦେଲେ ପାଇବେ କୋଭିଶିଲ୍ଡ ଟିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ବଢିଚାଲିଛି କରୋନା ସଂକ୍ରମଣ । ଏହାକୁ ମାତ ଦେବା ପାଇଁ ଆରମ୍ଭ ହୋଇଥିଲା ଟିକାକରଣ ଅଭିଯାନ । ନିୟମ ଅନୁସାରେ ପ୍ରଥମେ କୋଭିଡ ଯୋଦ୍ଧାଙ୍କୁ ଟିକା ଦେଇଥିଲେ ସରକାର। ଏହାପରେ ୬୦ରୁ ଅଧିକ ବୟସ ବ୍ୟକ୍ତିଙ୍କୁ ପରେ ୪୫ରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ଟିକା ଦିଆଯାଇଥିଲା । ଦେଶରେ ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ପରେ ସରକାର ସମସ୍ତ ପ୍ରାପ୍ତ ବୟସ୍କକୁ ଟିକା ଦେବା ପାଇଁ ଅନୁମତି ଦେଇଛନ୍ତି ।

ଆଜି ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ କୋଭିଶିଲ୍ଡ ଟିକା ଦର ଘୋଷଣା କରିଛି। ଘରୋଇ ହସ୍ପିଟାଲ ପାଇଁ ଏହି ଦର ୬୦୦ ଟଙ୍କା ରହିଥିବାବେଳେ ରାଜ୍ୟ ସରକାରଙ୍କ ପାଇଁ ୪୦୦ ଟଙ୍କା ସ୍ଥିର କରିଛି ଏସଆଇଆଇ।

ମେ ୧ରୁ ସମସ୍ତ ପ୍ରାପ୍ତ ବୟସ୍କ ଟିକା ନେବେ। ଟିକା ନେବାର ସର୍ବନିମ୍ନ ବୟସ ୧୮ ରଖାଯାଇଛି । ଟିକାକରଣ ନେଇ ତିନୋଟି ରଣନୀତି ପ୍ରସ୍ତୁତ କରିଛନ୍ତି ସରକାର। ପ୍ରଥମ ପର୍ଯ୍ୟାୟରେ ଟିକା ଉତ୍ପାଦନକାରୀ ପ୍ରତି ମାସରେ ଯେତେ ଟିକା ଉତ୍ପାଦନ କରିବେ ତାର ୫୦ ପ୍ରତିଶତ ସେଣ୍ଟ୍ରାଲ୍ ଡ୍ରଗ୍ ଲାବୋରେଟୋରୀକୁ ଦେବେ। ଏହାପରେ ବାକି ଟିକା ରାଜ୍ୟ ସରକାର ଏବଂ ଖୋଲା ବଜାରରକୁ ଯୋଗାଇ ପାରିବେ । ଏବେ ବିଭିନ୍ନ ଘରୋଇ ଏବଂ ସରକାରୀ କୋଭିଡ କେନ୍ଦ୍ରରେ ଟିକାକରଣ ଚାଲିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା