Masthead

କେମିତି ମିଳିଲା ରୁଦ୍ର ମହାରଥୀଙ୍କୁ ଅନୁମତି

ପିପିଲି (ବଡ଼ ଖବର ବ୍ୟୁରୋ): ବିଧାୟକ ନହୋଇ ମଧ୍ୟ ପୁରୀ ଜିଲ୍ଲାର ଉନ୍ନୟନ କାର୍ଯ୍ୟର ସମୀକ୍ଷା ବୈଠକରେ ଯୋଗଦେଲେ ରୁଦ୍ର ମହାରଥୀ । ପିପିଲିର ପୂର୍ବତନ ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲି ଏବେ ବିଧାୟକ ଶୂନ୍ୟ । ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଥିଲା । ବିଭିନ୍ନ ଦଳ ପକ୍ଷରୁ ମଧ୍ୟ ପ୍ରାର୍ଥୀଙ୍କ ନାମ ଘୋଷଣା ସରିଥିଲା ।

କିନ୍ତୁ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ଓ କରୋନା ପାଇଁ ଉପନିର୍ବାଚନ ହୋଇପାରି ନାହିଁ । ପିପିଲିରେ ବିଧାୟକ ପଦ ଖାଲିରହିଛି। ତେବେ ବିଧାୟକ ନଥିଲେ ମଧ୍ୟ ୨ତାରିଖରେ ଭୁବନେଶ୍ବରର ସର୍କିଟ ହାଉସରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ ନେତୃତ୍ବରେ ପୁରୀ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା ବୈଠକରେ ଯୋଗଦେଇଥିଲେ ।

ଜିଲ୍ଲାର ମନ୍ତ୍ରୀ, ପୂର୍ବତନ ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିବା ବେଳେ ପିପିଲି ପାଇଁ ପ୍ରତିନିଧିତ୍ଵ କରିଥିଲେ ରୁଦ୍ର । ତେବେ ରୁଦ୍ର ବିଧାୟକ ନ ହୋଇ ସମୀକ୍ଷା ବୈଠକରେ ଯୋଗଦେବା ସାଧାରଣ ଜନତାଙ୍କୁ ଚକିତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ