ବାରହା ଶିକାର କରିବାକୁ ଯାଇ ମୃତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ବାରହା ଶିକାର ପାଇଁ ବିଛାଇଥିଲେ ବିଦ୍ୟୁତ୍ ତାର । ହେଲେ ନିଜେ ସେହି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ପ୍ରାଣ ହରାଇଲେ । ଏଭଳି ଅଭାବନୀୟ ଘଟଣା ଘଟିଛି ସୂବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ ବାଘପାଲି ଗାଁରେ । ତେବେ ମୃତକ ଜଣକ ହେଲେ ଉକ୍ତ ଗାଁର ହରିଶ୍ଚନ୍ଦ୍ର ପ୍ରଧାନ । ତାଙ୍କ ମୃତ ଦେହକୁ ଉଲୁଣ୍ଡା ରେଞ୍ଜ କୋଟାସମଲାଇ ଜଙ୍ଗଲରୁ ଉଦ୍ଧାର କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି ।

ତେବେ ଆଜି ସକାଳେ ସ୍ଥାନୀୟ ଲୋକେ ଏ ସଂର୍ପକରେ ଜାଣିବାକୁ ପାଇଲେ । ଖବର ପାଇ ଉଲୁଣ୍ଡା ବନବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ସେହିପରି ବୀରମହାରାଜପୁର ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!