Masthead

ହ୍ୟୁମାନ ମୃତ୍ୟୁ, ଅର୍ପିତାଙ୍କୁ ଅନ୍ତରୀଣ ସୁରକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ହ୍ୟୁମାନ ସାଗର ମୃତ୍ୟୁ ମାମଲା । ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା । କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ଘଟଣାକୁ ନେଇ ମର୍କତନଗର ଥାନାରେ ରୁଜୁ ମାମଲାରେ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା ମିଳିଛି ।  ସୋମେଶ ଓ ଅର୍ପିତାଙ୍କ ତରଫରୁ ଦାୟର ଆଗୁଆ ଜାମିନ ଆବେଦନର ହାଇକୋର୍ଟ ଶୁଣାଣି କରି ରାଜ୍ୟ ସରକାରଙ୍କୁ କେସ୍‌ ଡାଏରି ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲାରେ ହ୍ୟୁମାନଙ୍କ ମାଆ ତଥା ଏତଲାକାରୀ ସେଫାଳି ସୁନାଙ୍କୁ ପକ୍ଷଭୁକ୍ତ କରିବାକୁ ହାଇକୋର୍ଟ ଆବେଦନକାରୀଙ୍କୁ ଅନୁମତି ଦେଇଛନ୍ତି ।

ମାମଲାର ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଏହି ମାମଲାରେ ଆବେଦନକାରୀଙ୍କୁ ହେପାଜତକୁ ନନେବାକୁ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି । ତଦନ୍ତକାରୀ ଟିମକୁ ତଦନ୍ତରେ ଆବେଦନକାରୀ ସହଯୋଗ କରିବେ ବୋଲି ହାଇକୋର୍ଟ କହିଛନ୍ତି ।ଫେବ୍ରୁଆରି ୧୬କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି । ସୋମେଶ ଓ ଅର୍ପିତାଙ୍କ ତରଫରୁ ଦାୟର ଆଗୁଆ ଜାମିନ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି ହାଇକୋର୍ଟ।

ହ୍ୟୁମାନ ସାଗରଙ୍କ ମାଆ ମର୍କତନଗର ଥାନାରେ ଡିସେମ୍ବର ୨୧‌ ତାରିଖରେ ଅର୍ପିତାଙ୍କ ନାମରେ ଥାନାରେ ଏତଲା ଦେଇଥିବା ବେଳେ ସେ ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ । ସୋମେଶ, ଅର୍ପିତାଙ୍କ ସମେତ ୯ ଜଣଙ୍କ ବିରୋଧରେ ପୁଲିସ ମାମଲା ରୁଜୁ କରିଥିଲା । ତେବେ ବର୍ତ୍ତମାନ ହ୍ୟୁମାନ ସାଗରଙ୍କ ମାଆ ସେଫାଳି ସୁନାଙ୍କୁ ହାଇକୋର୍ଟ ନୋଟିସ ଜାରି କରିଥିବା ବେଳେ କେସ୍ ଡାଏରୀ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।  ତଦନ୍ତକାରୀ ଏଜେନ୍ସିକୁ ତଦନ୍ତରେ ଆବେଦନକାରୀ ସହଯୋଗ କରିବେ ବୋଲି ହାଇକୋର୍ଟ କହିଛନ୍ତି । ୧୬ରେ ପରବର୍ତ୍ତୀ ଶୁଣାଣି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି