Masthead

ଟ୍ରକ ଚାପରେ ସ୍ୱାମୀ-ସ୍ତ୍ରୀ ମୃତ

ବ୍ରଜରାଜନଗର (ବଡ଼ ଖବର ବ୍ୟୁରୋ): ଟ୍ରକ ଚାପରେ ସ୍ୱାମୀ-ସ୍ତ୍ରୀ ମୃତ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଝାରସୁଗୁଡ଼ା ଜିଲାର ବ୍ରଜରାଜନଗର ବିଧାନସଭା ଛେତ୍ରର ରେଙ୍ଗାଲୀ ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୪୯ ର ସାହାସବଗା ଛକରେ । ଟ୍ରକ ଚାପରେ ସ୍ୱାମୀ ଓ ସ୍ତ୍ରୀର ମୃତ୍ୟୁ ଘଟିଛି । ଯାହାକୁ ନେଇ ସ୍ଥାନୀୟ ବାସିନ୍ଦା ରାସ୍ତା ଅବରୋଧ କରିଥିବା ସହ କ୍ଷତିପୂରଣ ଓ ବେପାରୁଆ ଗାଡ଼ି ଚାଳନାକୁ ରୋକିବା ଦାବୀ କରିଛନ୍ତି।

ମୃତକ ସ୍ୱାମୀ ରାମକୃଷ୍ଣ ସା ବୋଲି ଜଣାପଡିଛି। ଏମାନେ ଲଖନପୁର ବ୍ଲକର ବିନିକା ସାପାଲିର ବାସିନ୍ଦା ଅଟନ୍ତି । କତରବଗା ହାଇସ୍କୁଲରେ ପାଠ ପଢ଼ୁଥିବା ଝିଅକୁ ଦେଖା କରିବାକୁ ଯାଇ ଫେରୁଥିବା ସମୟରେ ଏହି ଦୁର୍ଘଟଣାର ଶିକାର ହୋଇ ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି । ଉତ୍ତେଜନା ଦୃଷ୍ଟିରୁ ଲଖନପୁର ପୋଲିସ ବୁଝାସୁଝା କରୁଛି । ପୋଲିସ ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା