Masthead

ସ୍ତ୍ରୀକୁ ଶାବଳରେ ହତ୍ୟା କଲା ସ୍ୱାମୀ

ବିଞ୍ଝାରପୁର (ବଡ଼ ଖବର ବ୍ୟୁରୋ): ସ୍ତ୍ରୀକୁ ଶାବଳରେ ହତ୍ୟା କଲା ସ୍ୱାମୀ । ବିଞ୍ଝାରପୁର ଥାନା ଅଞ୍ଚଳ ଚନ୍ଦ୍ରମୁଁ ଗାଁରୁ ଆସିଛି ଏଭଳି ଏକ ଖବର । ସୂଚନା ଅନୁସାରେ ଗତକାଲି ରାତ୍ରୀରେ ସୁଦାମ ମଲ୍ଲିକ ଏବଂ ସ୍ତ୍ରୀ ଶାନ୍ତିଲତା ମଲ୍ଲିକ ଙ୍କ ଭିତରେ କୌଣସି କାରଣକୁ ନେଇ ବଚସା ହୋଇଥିଲା । ପରିବାର ଲୋକ ହଠାତ୍ ପାଟି ଶୁଣି ଘଟଣା ସ୍ଥଳକୁ ଯାଇ ଶାନ୍ତିଲତାଙ୍କୁ ରକ୍ତାକ୍ତ ଅବସ୍ଥାରେ ଦେଖିଥିଲେ । ପ୍ରଥମେ ତାଙ୍କୁ ବିଞ୍ଝାରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ନିଆ ଯାଇଥିଲା । । ସେଠାରେ ଡାକ୍ତର ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ରେଫର କରିଥିଲେ । ହେଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଡାକ୍ତର ଶାନ୍ତିଲତା ଙ୍କୁ ମୃତ ଘୋଷଣା କରିଛନ୍ତି । ଅପର ପକ୍ଷେ ସୁଦାମ ର ମା ବିଞ୍ଝାରପୁର ଥାନାରେ ଏ ନେଇ ଏକ ଲିଖିତ ଅଭିଯୋଗ କରିଛନ୍ତି । ପୋଲିସ ସୁଦାମ କୁ ଧରି ଥାନାକୁ ଆଣି ତଦନ୍ତ ଚଳାଇଥିବା ବେଳେ ହତ୍ୟାର କାରଣ ଏବେବି ଅସ୍ପଷ୍ଟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ