Masthead

ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

ରେଙ୍ଗାଲି(ବଡ଼ ଖବର ବ୍ୟୁରୋ): ସ୍ତ୍ରୀକୁ ନିର୍ମମଭାବେ ହତ୍ୟାକଲା ସ୍ୱାମୀ । ସମ୍ବଲପୁର ଜିଲ୍ଳା ରେଙ୍ଗାଲୀ ଥାନା ଲଛମନ ପଡ଼ା ପାଖରେ ଥିବା ଡୁଙ୍ଗୁରୀପଡ଼ାରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ସ୍ୱାମୀ ନିଜ ସ୍ତ୍ରୀକୁ ହତ୍ୟା କରିଛି । ଅଭିଯୋଗ ଅନୁସାରେ ହୁଙ୍ଗୁରିପଡ଼ାର ଧନମଣୀ ଖଡ଼ିଆ ନିଜ ସ୍ତ୍ରୀ ବିଲାସିନି ଖଡ଼ିଆଙ୍କ ସହ କୌଣସି କାରଣକୁ ନେଇ ବିଳମ୍ବିତ ରାତିରେ ଦୁହିଁଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ଫଳରେ ସ୍ୱାମୀ ଉତ୍ୟକ୍ତ ହୋଇ ସ୍ତ୍ରୀକୁ ବାରେସିରେ ମୁଣ୍ଡପଛ ପଟେ ଆକ୍ରମଣ କରିଥିଲେ । ଫଳରେ ମୁଣ୍ଡ ପଛପଟେ ଗଭୀର ଆଘାତ ହୋଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଚିଂ ସାଇଂଟିଫିକ୍ ଟିମ୍ ସହ ତଦନ୍ତ ଆରମ୍ଭ କରିଛି । ଘଟଣାସ୍ଥଳରୁ ସାଇଂଟିଫିକ୍ ଟିମ୍ ରକ୍ତଭିଜା କପଡ଼ା, ରକ୍ତଭିଜା ମାଟି ଏବଂ ହତ୍ୟାରେ ବ୍ୟବହୃତ ବାରେସି ଆଦି ଜବତ କରିଛି । ସେପଟେ ହତ୍ୟାକାରୀ ସ୍ୱାମୀ ୨ ଶିଶୁକୁ ନେଇ କୁଆଡ଼େ ଫେରାର ହୋଇଯାଇଥିବା ଜଣାପଡ଼ିଛି । ପୋଲିସ ଅଭିଯୁକ୍ତକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଯାରି ରଖିଛି । ଏ ନେଇ ରେଙ୍ଗାଲି ଥାନା କେଶ ନଂ ୨୩୨ ରେ ମାମଲା ରୁଜୁ କରାଯାଇ ତଦନ୍ତ ଚାଲୁରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ