ପ୍ରଧାନମନ୍ତ୍ରୀଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ । କର୍ଣ୍ଣାଟକର ଜଣେ ବ୍ୟକ୍ତିଙ୍କ ବିରୋଧରେ ଏଫଆଇଆର୍‌ ରୁଜୁ । ମହମ୍ମଦ ରସୁଲ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଅପଲୋଡ ହୋଇଥିବା ଏକ ଭିଡିଓ ମାଧ୍ୟମରେ ଏହି ଧମକ ଦେଇଛନ୍ତି। ଯେଉଁଥିରେ ସେ ଖଣ୍ଡା ହଲାଉଥିବାର ନଜର ଆସିଛନ୍ତି । କହିଛନ୍ତି ଯେ ଯଦି କେନ୍ଦ୍ର ସରକାର କ୍ଷମତାକୁ ଆସନ୍ତି ତେବେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା କରିବେ । ସୁରପୁର ପୋଲିସ ଷ୍ଟେଶନରେ ମହମ୍ମଦ ରସୁଲଙ୍କ ବିରୋଧରେ ଏଫଆଇଆର୍‌ ପଞ୍ଜିକୃତ ହୋଇଛି।

ପୋଲିସର ସୂଚନାନୁସାରେ ଅଭିଯୁକ୍ତ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ଭିଡିଓ ଅପଲୋଡ କରିଛନ୍ତି। ଯେଉଁଥିରେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା କରିବେ ବୋଲି ଧମକ ଦେଇଥିଛନ୍ତି। ପୂର୍ବରୁ ମଧ୍ୟ ଅନେକ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦିଆଯାଇଛି । ଯାହାଫଳରେ ମୋଦିଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି । ୨୦୨୩ ମସିହାରେ ବିଜେପି ଅଫିସକୁ ଏକ ଧମକ ଭରା ଚିଠି ଆସିଥିଲା ।

ଯାହା ପରେ ସମଗ୍ର କେରଳରେ ହାଇଆଲର୍ଟ ଜାରି କରାଯାଇଥିଲା । ଧମକଭରା ଚିଠିରେ କୁହାଯାଇଥିଲା ଯେ ‘ମୋଦିଙ୍କ ଆଗାମୀ ଗସ୍ତ ସମୟରେ ତାଙ୍କ ଉପର ଆତ୍ମଘାତୀ ଆକ୍ରମଣ କରାଯିବ । ସେତେବେଳେ ଏପ୍ରିଲ୍‌ ୨୪ରେ ମୋଦିଙ୍କର କୋଚି ଗସ୍ତ କରିବାର ଯୋଜନା ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’