Masthead

ପ୍ରଧାନମନ୍ତ୍ରୀଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ । କର୍ଣ୍ଣାଟକର ଜଣେ ବ୍ୟକ୍ତିଙ୍କ ବିରୋଧରେ ଏଫଆଇଆର୍‌ ରୁଜୁ । ମହମ୍ମଦ ରସୁଲ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଅପଲୋଡ ହୋଇଥିବା ଏକ ଭିଡିଓ ମାଧ୍ୟମରେ ଏହି ଧମକ ଦେଇଛନ୍ତି। ଯେଉଁଥିରେ ସେ ଖଣ୍ଡା ହଲାଉଥିବାର ନଜର ଆସିଛନ୍ତି । କହିଛନ୍ତି ଯେ ଯଦି କେନ୍ଦ୍ର ସରକାର କ୍ଷମତାକୁ ଆସନ୍ତି ତେବେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା କରିବେ । ସୁରପୁର ପୋଲିସ ଷ୍ଟେଶନରେ ମହମ୍ମଦ ରସୁଲଙ୍କ ବିରୋଧରେ ଏଫଆଇଆର୍‌ ପଞ୍ଜିକୃତ ହୋଇଛି।

ପୋଲିସର ସୂଚନାନୁସାରେ ଅଭିଯୁକ୍ତ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ଭିଡିଓ ଅପଲୋଡ କରିଛନ୍ତି। ଯେଉଁଥିରେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା କରିବେ ବୋଲି ଧମକ ଦେଇଥିଛନ୍ତି। ପୂର୍ବରୁ ମଧ୍ୟ ଅନେକ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦିଆଯାଇଛି । ଯାହାଫଳରେ ମୋଦିଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି । ୨୦୨୩ ମସିହାରେ ବିଜେପି ଅଫିସକୁ ଏକ ଧମକ ଭରା ଚିଠି ଆସିଥିଲା ।

ଯାହା ପରେ ସମଗ୍ର କେରଳରେ ହାଇଆଲର୍ଟ ଜାରି କରାଯାଇଥିଲା । ଧମକଭରା ଚିଠିରେ କୁହାଯାଇଥିଲା ଯେ ‘ମୋଦିଙ୍କ ଆଗାମୀ ଗସ୍ତ ସମୟରେ ତାଙ୍କ ଉପର ଆତ୍ମଘାତୀ ଆକ୍ରମଣ କରାଯିବ । ସେତେବେଳେ ଏପ୍ରିଲ୍‌ ୨୪ରେ ମୋଦିଙ୍କର କୋଚି ଗସ୍ତ କରିବାର ଯୋଜନା ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ