Masthead

ହାଇଦର: THE END

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଗ୍ୟାଙ୍ଗଷ୍ଟର ହାଇଦରର ଖେଳ ଶେଷ । ଅପରାଧ ଦୁନିଆରୁ ଅବସାନ ଘଟିଲା ହାଇଦରର । ପରିଶ୍ରା ବାହାନା କରି ଖସୁଥିଲା ହାଇଦର । ପୋଲିସକୁ ଚକମା ଦେଇ ଖସି ଯାଉଥିବା ବେଳେ ଏନକାଉଣ୍ଟର କରାଯାଇଥିଲା। ତେବେ ବାଲେଶ୍ୱର ଜିଲ୍ଲା ମେଡିକାଲରେ ଚିକିତ୍ସା କରାଯାଉଥିବା ବେଳେ ତା‘ର ମୃତ୍ୟୁ ଘଟିଛି। ରକ୍ତ ଜୁଡ଼ୁବୁଡ଼ ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରଯାଇଥିଲା । ଉକ୍ତ ସମୟରେ ବାଲେଶ୍ୱର ଜିଲ୍ଲା ଚିକିତ୍ସାଳୟରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା । ପ୍ରାୟ ୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା । ପୁରା ସହରକୁ କରାଯାଇଥିଲା ପୋଲିସ ଛାଉଣୀ ।

ଚୌଦ୍ୱାର ଜେଲରୁ ବାରିପଦା ଜେଲକୁ ସ୍ଥାନାନ୍ତର କରାଯାଉଥିବା ବେଳେ ବାଟରେ ଏନକାଉଣ୍ଟର କରିଛି ପୋଲିସ । ହାଇଦର ପରିଶ୍ରା କରିବା ବାହାନାରେ ଦୌଡ଼ି ପଳାଉଥିଲା ବୋଲି ପୋଲିସ ସୂଚନା ଦେଇଛି । କିନ୍ତୁ ପୋଲିସ ସେହି ସମୟରେ ଉପାୟ ନପାଇ ବାଧ୍ୟହୋଇ ହାଇଦରକୁ ଗୁଳି କରିଥିଲା । ଏନ୍‌କାଉଣ୍ଟର ପରେ ତାକୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ହେଲେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଚିକିତ୍ସାଧୀନ ଅବସ୍ଥାରେ ହାଇଦରର ମୃତ୍ୟୁ ଘଟିଛି ।

ସୂଚନାଯୋଗ୍ୟ, ୨୦୦୫ରେ ଭୁବନେଶ୍ୱର ଷ୍ଟୁଆର୍ଟ ସ୍କୁଲ ନିକଟରେ ଗ୍ୟାଙ୍ଗଷ୍ଟର ସେକ୍‌ ସୁଲେମାନର ଭାଇ ସେକ୍‌ ଚୁନା ହତ୍ୟା ଘଟଣାରେ ହାଇଦର ସମେତ ଅନ୍ୟ ସାତଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ। କୋର୍ଟ ସେମାନଙ୍କୁ ୨୦୧୧ରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ପରେ ୨୦୧୪ରେ ହାଇଦର ପାରୋଲରେ ଆସିଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଖଣି ମାଲିକ ରଶ୍ମୀ ରଞ୍ଜନ ମହାପାତ୍ରଙ୍କୁ ଅପହରଣ ଓ ହତ୍ୟା ମାମଲାରେ ହାଇଦର୍‌ର ସମ୍ପୃକ୍ତି ସାମ୍ନାକୁ ଆସିବା ପରେ ପୋଲିସ ତାକୁ ଗିରଫ କରିଥିଲା। ୨୦୧୫ରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲା ଜଜ୍‌ କୋର୍ଟ ଏହି ୨ଟି ମାମଲାରେ ହାଇଦରକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ। ଏହାପରେ ଝାରପଡା ଜେଲ୍‌ରେ ସଜ୍ଜା କାଟୁଥିଲା ଗ୍ୟାଙ୍ଗଷ୍ଟର । ପରେ ୨୦୧୭ରେ ହାଇଦରକୁ ସମ୍ବଲପୁର ସର୍କଲ ଜେଲ୍‌କୁ ପଠାଇ ଦିଆଯାଇଥିଲା। ତେବେ କିଛି ଦିନ ପୂର୍ବେ ସେ ଅସୁସ୍ଥ ହୋଇପଡ଼ିଥିଲା। ତେଣୁ ତାକୁ ବୁର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ଭଲ ‌ନହେବାରୁ ତାକୁ ଗତ ମାର୍ଚ୍ଚ ୨୩ ତାରିଖରେ ସମ୍ବଲପୁର ଜେଲ୍‌ରୁ କଟକ ବଡ଼ ଡାକ୍ତରଖାନାକୁ ଅଣାଯାଇଥିଲା । ତେବେ ଏପ୍ରିଲ୍‌ ୧୦ ତାରିଖ ଦିନ କଟକ ବଡ଼ ଡାକ୍ତରଖାନାରୁ ସେ ଫେରାର ହୋଇଯାଇଥିଲା। ତେବେ ୧୨୦ ଘଣ୍ଟାର ଅପରେସନ୍ ପରେ ତାକୁ ତେଲେଙ୍ଗାନାର ସଙ୍ଗାରେଡ୍ଡି ଜିଲ୍ଲାରୁ ଗିରଫ କରାଯାଇଥିଲା। ପରେ ହାଇଦ୍ରାବାଦରୁ ଭୁବନେଶ୍ୱର ଅଣାଯାଇଥିଲା ଏବଂ କୋର୍ଟରେ ହାଜର କରାଯାଇଥିଲା। ପରେ ତାକୁ ଚୌଦ୍ୱାର ଜେଲକୁ ପଠାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨