ଓଡ଼ିଶା ସହ ମୋର ଭାବନାତ୍ମକ ସଂପର୍କ ରହିଛି: ରାଜନାଥ ସିଂ

ନବରଙ୍ଗପୁର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ରାଜନାଥ ନବରଙ୍ଗପୁରରେ ପହଞ୍ଚିଛନ୍ତି । ଦିନିକିଆ ଓଡ଼ିଶା ଗସ୍ତରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସିବା ସହ ପ୍ରଥମେ ବିଜେପି କୋର କମିଟି ବୈଠକରେ ଯୋଗଦେଇ ପରେ ନବରଙ୍ଗପୁରରୁ ବ୍ରହ୍ମପୁର ଓ ସେଠାରୁ ବାରିପଦା ଯିବାର କାର୍ଯ୍ୟକ୍ରମ ରହିଛି । ନବରଙ୍ଗପୁରରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯିବା ପରେ ବିଜେପି କୋର କମିଟି ବୈଠକରେ ସାମିଲ ହୋଇଥିଲେ ।

ନିଜ ଅଭିଭାଷଣରେ ରାଜନାଥ କହିଛନ୍ତି ଓଡ଼ିଶା ସହ ମୋର ଭାବନାତ୍ମକ ସଂପର୍କ ରହିଛି । କଂଗ୍ରେସ ସରକାର ବେଳେ ଭାରତ ସୁରକ୍ଷା ଯାତ୍ରା କରିଥିଲୁ । ଏବେ ନକ୍ସଲବାଦ କେବଳ କିଛି ଜିଲ୍ଲାରେ ସୀମିତ ରହିଛି । ମୋଦି ପ୍ରଧାନମନ୍ତ୍ରୀ ହେବା ପରେ ସାରା ଦେଶର ଚିତ୍ର ବଦଳିଛି । ଏଠାରେ ବି ଡବଲ ଇଂଜିନ ସରକାର ହେବା ଦରକାର ।

ମୋଦିଙ୍କ ସନ୍ଦେଶ ନେଇ ପ୍ରତି କାର୍ଯ୍ୟକର୍ତ୍ତା ଲାଭାର୍ଥୀଙ୍କ ପାଖକୁ ଯାଆନ୍ତୁ । ସବୁ ଲାଭାର୍ଥୀଙ୍କୁ ମୋଦି ଦେଉଥିବା ସୁବିଧା ମିଳିବା ଦରକାର । ବିଜେପି ଏକମାତ୍ର ପାର୍ଟି ଯିଏ ଯାହା କହେ, ସେୟା କରେ । ବିଶ୍ୱସନୀୟତା ସଂକଟକୁ ଚାଲେଂଜ ଭାବେ ନେଇଛନ୍ତି ପ୍ରଧାନମନ୍ତ୍ରୀ । ଯାହା ଘୋଷଣାପତ୍ରରେ କହିଥିଲୁ, ସବୁ ପୂରଣ କରିଛୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ