Masthead

ମନେ ପଡ଼ନ୍ତି ମିସାଇଲ ମ୍ୟାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମହାନ ଜନନାୟକ ତଥା ମିସାଇଲ ମ୍ୟାନ ଭାବେ ପରିଚିତ ଡ. ଏପିଜେ ଅବଦୁଲ କଲାମଙ୍କ ଜନ୍ମ ଦିନ । ‘କାହାରିକୁ ହରାଇବା ଭାରି ସହଜ ହେଲେ କାହାରିକୁ ଜିତିବା ଭାରି କଷ୍ଟ’ । ଖାଲି ଦେଶ ନୁହେଁ ବରଂ ବିଶ୍ୱରେ ସେ ସମସ୍ତଙ୍କ ପାଇଁ ପ୍ରେରଣାର ସ୍ରୋତ । ନିଜ କର୍ତ୍ତବ୍ୟନିଷ୍ଠା ଓ କଠିନ ପରିଶ୍ରମରେ ରଚିଯାଇଛନ୍ତି ଇତିହାସର ସ୍ୱର୍ଣ୍ଣିମ ପୃଷ୍ଠା । ସେ ଆଉ କେହି ନୁହନ୍ତି ଭାରତର ଏକାଦଶ ରାଷ୍ଟ୍ରପତି ଅବୁଲ ପକିର ଜୈନାଲୁବ୍ଦିନ୍ ଅବଦୁଲ କଲାମ ।

ତାମିଲନାଡୁ ରାମେଶ୍ୱରମରେ ୧୯୩୧ ମସିହା ଅକ୍ଟୋବର ୧୫ ତାରିଖରେ ଏକ ଗରିବ ମୁସଲିମ ପରିବାରରେ ଜନ୍ମ ଗ୍ରହଣ କରିଥିଲେ । ପରିବାରର ୫ ସନ୍ତାନଙ୍କ ମଧ୍ୟରେ କଲାମ ଥିଲେ ସବୁଠୁ ସାନ । ବାପା ଡଙ୍ଗା ଚଳାଇ ପରିବାର ପୋଷୁଥିଲେ । ତେଣୁ ପରିବାର ପାଇଁ ଖୁବ କମ ବୟସରୁ କଲାମ ମଧ୍ୟ ଡଙ୍ଗ ଚଳାଇବା ସହ ଖବରକଗଜ ବିକ୍ରି କରିବା କାମ କରୁଥିଲେ । ହେଲେ ଏସବୁ ପ୍ରତିବନ୍ଧକ ତାଙ୍କ ସ୍ୱପ୍ନକୁ ସାକାର କରିବାରେ ପଥରୋଧ କରିପାରିନଥିଲା । ସେ ସବୁବେଳେ କହୁଥିଲେ ସ୍ୱପ୍ନ ଏପରି ଦେଖନି ଯାହା ଶୋଇ କରି ଦେଖାଯାଏ ସ୍ୱପ୍ନ ଏପରି ଦେଖ ଯାହା ପାଇଁ ନିଦ ହଜିଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ