Masthead

‘ଭଲପାଇବାର ମୂଲ୍ୟ ମୁଁ ସେବା ଜରିଆରେ ଦେବି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସରିଲା ଗଣତି । ଆସିଲା ରେଜଲ୍ଟ । ବାପାଙ୍କ ରେକର୍ଡ କାଟିଲେ ଦୀପାଲି । ବିପୁଳ ବ୍ୟବଧାନ ବିଜୟ ହାସଲ କରିଛନ୍ତି ଦୀପାଲ ଦାସ । ୪୮ହଜାର ୭୨୧ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ଦୀପାଳିଙ୍କୁ ୧ଲକ୍ଷ ୭ହଜାର ୬୦୩ ଭୋଟ୍ ମିଳିଛି । ୨୦୧୯ରେ ନବ ଦାସ ୪୫ ହଜାର ୬୯୯ ଭୋଟ ବ୍ୟବଧାନରେ ଜିତିଥିଲେ । ବିଜୟୀ ହେବା ପରେ ଦୀପାଲି ଟ୍ୱିଟ କରି ଧନ୍ୟବାଦ ଜଣାଇଛନ୍ତି ।

ସେ ଟ୍ୱିଟ କରି ଲେଖିଛନ୍ତି ମୋ ଉପରେ ବିଶ୍ୱାସ ଓ ଭଲପାଇବାର ଆଶୀର୍ବାଦ ରଖିଥିବାରୁ ସମଗ୍ର ଝାରସୁଗୁଡାବାସୀ, ମାନ୍ୟବର ମୁଖ୍ୟନ୍ତ୍ରୀ ବରିଷ୍ଠ ନେତୃବୃନ୍ଦ ସମସ୍ତ କର୍ମୀଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି। ବାପାଙ୍କ ଆଶୀର୍ବାଦ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନରେ ଆଗାମୀ ଦିନରେ ଝାରସୁଗୁଡାକୁ ବିକାଶର ଶିଖରରେ ପହଁଚାଇବାକୁ ମୋର ଉଦ୍ୟମ ଜାରି ରଖିବି। ସମସ୍ତଙ୍କ ଭଲପାଇବାର ମୂଲ୍ୟ ମୁଁ ସେବା ଜରିଆରେ ଦେବି। ଜୟ ଜଗନ୍ନାଥ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର