Masthead

ଚାକିରୀ ଛାଡି ସ୍ତ୍ରୀଙ୍କ ସେବା କରିବି: ସୌମ୍ୟରଞ୍ଜନ

ଗଜପତି(ବଡ଼ ଖବର ବ୍ୟୁରୋ): ଚିଠି ପରେ ଚିଠି । ସୌମ୍ୟ ମର୍ଡର ମିଷ୍ଟ୍ରୀରେ ଆଉ ଏକ ଟ୍ୱିଷ୍ଟ । ସାମ୍ନାକୁ ଆସିଲା ସୌମ୍ୟଙ୍କ ହାତଲେଖା ଚିଠି । ବିଦ୍ୟାଭାରତୀଙ୍କ ଚିଠି ପରେ ଏବେ ସାମ୍ନାକୁ ଆସିଛି ସୌମ୍ୟଙ୍କ ଚିଠି । ଫେବୃଆରୀ ୨୨ ଓ ୨୩ ତାରିଖର ଦୁଇଟି ହାତଲେଖା ଚିଠି ସାମ୍ନାକୁ ଆସିଛି । ଉଭୟ ଚିଠି ପତ୍ନୀ ବିଦ୍ୟାଭାରତୀଙ୍କ ଉଦ୍ଦେଶ୍ୟରେ ଲେଖାଯାଇଥିବା ସ୍ପଷ୍ଟ ହୋଇଛି । ଏଥିରେ ଉଭୟଙ୍କ ଭିତରେ ଥିବା ମତାନ୍ତର ଓ ମନୋମାଳିନ୍ୟ ସ୍ପଷ୍ଟ ବାରି ହୋଇପଡୁଛି ।

ଚିଠିରେ ସୌମ୍ୟ ଲେଖିଛନ୍ତି, ଜଣେ ପତ୍ନୀ ଓ ଭଲ ବନ୍ଧୁ ହିସାବରେ ସେ ତାଙ୍କଠାରୁ ବ୍ୟବହାର ଚାହୁଁଛନ୍ତି । ପତ୍ନୀଙ୍କ ଶିକ୍ଷାଗତ ଯୋଗ୍ୟତା ତାଙ୍କ ପାଇଁ ଗୁରୁତ୍ୱ ରଖେ ନାହିଁ । ଏହାପରେ ଯଦି ବି କିଛି ଘଟେ ସେ ଦିଗରେ ତାଙ୍କର କିଛି ଭୂମିକା ରହିବ ନାହିଁ । ଘରୋଇ ହିଂସା ବିରୋଧରେ ପତ୍ନୀ ଚାହିଁଲେ ଆଇନର ଆଶ୍ରୟ ନେଇପାରିବେ । ଆବଶ୍ୟକ ପଡିଲେ ନିଜ ଚାକିରୀରୁ ଇସ୍ତଫା ଦେଇ ସ୍ତ୍ରୀଙ୍କ ସେବା କରିବା ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି ଲେଖିଛନ୍ତି ସୌମ୍ୟରଞ୍ଜନ ମହାପାତ୍ର । ପତ୍ନୀ ଯାହା ଚାହୁଁଛନ୍ତି ସେ ସବୁ ପୂରଣ କରିବା ପାଇଁ ପ୍ରସ୍ତୁତ ଥିବା କହିଛନ୍ତି ସୌମ୍ୟରଞ୍ଜନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ