Masthead

ରାଜ୍ୟରେ ଆଇଏଏସ୍‌ ଓ ଆଇପିଏସ୍‌ ଅଧିକାରୀଙ୍କ ମରୁଡ଼ି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) ରାଜ୍ୟରେ ଆଇଏଏସ ଆଇପିଏସ ମରୁଡି । ବିଧାନସଭାରେ ଆସିଲା ଏମିତି ତଥ୍ୟ । ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ । ୬୬ ଆଇଏଏସ ପଦବୀ ଖାଲି ପଡ଼ିଥିବା ବେଳେ ୬୯ ଆଇପିଏସ ପଦବି ଖାଲି ପଡିଛି । ରାଜ୍ୟରେ ଓଡ଼ିଶା କ୍ୟାଡରରେ ୨୪୮ ଆଇଏଏସ ପଦବୀ ଥିବା ବେଳେ ୧୮୨ ଜଣ ଆଇଏଏସ ଅଧିକାରୀ କାର୍ଯ୍ୟରତ ଅଛନ୍ତି ।

ଏହା ବ୍ୟତୀତ ୨ ଜଣ ଆଇଏଏସ ଅଧିକାରୀ ଆନ୍ତଃ ରାଜ୍ୟ ଡେପୁଟେସନରେ ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ଅଛନ୍ତି । ୨୨ ଜଣ ଆଇଏଏସ ଅଧିକାରୀ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି । ସେହିପରି ରାଜ୍ୟରେ ସମୁଦାୟ ଆଇପିଏସ ପଦବୀ ସଂଖ୍ୟା ୧୯୫ ଥିବା ବେଳେ ସେଥିରୁ ୬୯ ଟି ପଦବୀ ଖାଲି ଅଛି । ୧୦ ଜଣ ଆଇପିଏସ ଅଧିକାରୀ ବର୍ତ୍ତମାନ ୫ ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼