Masthead

ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର । ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ାଉ। ଭୁବନେଶ୍ୱର, ଖୋର୍ଦ୍ଧା ଓ ପୁରୀର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ। ଏହି ଚଢାଉରେ ୮ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର ଓ ଅନ୍ୟାନ୍ୟ ଭିଜିଲାନ୍ସ କର୍ମଚାରୀ ସାମିଲ ଅଛନ୍ତି ।

ଆର୍ଯ୍ୟବିହାର ୫୦୪ ପ୍ଳଟରେ ଥିବା ଘର, ପୁରୀ ବାଲୁଖଣ୍ଡ ୪୩୦ ବି ବ୍ଲକର ଚତୁର୍ଥ ମହଲାରେ ଥିବା ଫ୍ଲାଟ୍, ଜଙ୍କିଆ ମୁଣ୍ଡମ୍ବାରେ ଥିବା ପୈତୃକ ଘରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ଏହା ସହ ଭୁବନେଶ୍ଵରର ଇଡକୋ କାର୍ଯ୍ୟାଳୟ, ଜଙ୍କିଆ ଠାରେ ଥିବା କ୍ରସର ଏବଂ ଭୁବନେଶ୍ବର ସାମନ୍ତରାପୁର ଠାରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢାଉ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ