Masthead

ଆଇଇଡି ବିସ୍ଫୋରଣ, ASP ସହିଦ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ସୀମାରେ ଆଇଇଡି ବିସ୍ଫୋରଣ । ବିସ୍ଫୋରଣରେ ଆଡିସନାଲ ଏଏସପି ସହିଦ । ଏଏସପି ଆକାଶ ରାଓ ଗିରପୁଞ୍ଜେ । ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଏଏସପି ସହିଦ ହୋଇଥିବା ସୂଚନା ମିଳିଛି । ବିସ୍ଫୋରଣରେ କୋଣ୍ଟା ଥାନା ଅଧିକାରୀ ଗୁରୁତର । ସୁକୁମା ଜିଲ୍ଲା କୋଣ୍ଟା-ଏରାବୋର ରାସ୍ତାରେ ବିସ୍ଫୋରଣ । ପାଦଚଲା ରାସ୍ତା ଦେଇ କମ୍ବିଂ ଅପରେସନ ବାହାରିଥିଲେ ।

ଛତିଶଗଡ଼ର ସୁକମା ଜିଲ୍ଲାର କୋଣ୍ଟା ଅଞ୍ଚଳରେ ନକ୍ସଲମାନଙ୍କ ଦ୍ୱାରା କରାଯାଇଥିବା ଏକ ଆଇଇଡି ବିସ୍ଫୋରଣରେ ଅତିରିକ୍ତ ଏଏସପି ଆକାଶ ରାଓ ଗିରପୁଞ୍ଜେ ସହିଦ ହୋଇଛନ୍ତି । ଘଟଣା ପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିଲା । କିନ୍ତୁ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା। ଆକାଶ ରାଓ ଗିରପୁଞ୍ଜେଙ୍କ ସହିଦ ହେବା ଯୋଗୁଁ ସମଗ୍ର ପୋଲିସ ବିଭାଗରେ ଶୋକର ଛାୟା ଖେଳିଯାଇଛି।

ବିସ୍ଫୋରଣରେ କୋଣ୍ଟା ପୋଲିସ ଷ୍ଟେସନ ଇନଚାର୍ଜ ଏବଂ ଏସଡିପିଓ ମଧ୍ୟ ଆହତ ହୋଇଛନ୍ତି । ସେମାନଙ୍କ ଚିକିତ୍ସା ଚାଲିଛି। ପୋଲିସ ଟିମ୍ ପାଟ୍ରୋଲିଂରେ ବାହାରିଥିବା ବେଳେ କୋଣ୍ଟା ପୋଲିସ ଷ୍ଟେସନ ଅଞ୍ଚଳରେ ଏହି ଘଟଣା ଘଟିଛି। ପୋଲିସ ଏବଂ ସୁରକ୍ଷା ବାହିନୀ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ