Masthead

ଖୋଲା ବିତର୍କ କରିବା ପାଇଁ ମୁଁ ରାଜି..ପ୍ରଧାନମନ୍ତ୍ରୀ ରାଜି ତ?

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଖୋଲା ବିତର୍କ ଆହ୍ୱାନକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ଗ୍ରହଣ କରିଛନ୍ତି। ତେବେ ପ୍ରଧାନମନ୍ତ୍ରୀ ବିତର୍କରେ ସାମିଲ ହେବାକୁ ପ୍ରସ୍ତୁତ କି ବୋଲି ରାହୁଲ ପ୍ରଶ୍ନ କରିଛନ୍ତି। ପୂର୍ବତନ ବିଚାରପତି ମଦନ ବି ଲୋକୁର, ଅଜିତ ପି. ଶାହ ଏବଂ ବରିଷ୍ଠ ସାମ୍ବାଦିକ ଏନ୍‌ ରାମ ଉଭୟ ପ୍ରଧାନମନ୍ତ୍ରୀ ମୋଦି ଏବଂ ରାହୁଲ ଗାନ୍ଧୀଙ୍କୁ ପତ୍ର ଲେଖି ଲୋକସଭା ନିର୍ବାଚନ ବେଳେ ଖୋଲା ବିତର୍କରେ ସାମିଲ ହେବାକୁ ଆମନ୍ତ୍ରଣ କରିଥିଲେ।

ରାହୁଲ ସେମାନଙ୍କୁ ଆମନ୍ତ୍ରଣକୁ ଗ୍ରହଣ କରି ଏକ୍ସ’ରେ ଲେଖିଛନ୍ତି, ଗୋଟିଏ ମଞ୍ଚରେ ବୃହତ୍‌ ଦଳର ନେତା ଖୋଲା ବିତର୍କରେ ଭାଗ ନେବା ସୁସ୍ଥ ଗଣତନ୍ତ୍ର ପାଇଁ ସକାରାତ୍ମକ ଆମନ୍ତ୍ରଣ। କଂଗ୍ରସ ଏହାକୁ ସ୍ବାଗତ କରୁଛି। ପ୍ରଧାନମନ୍ତ୍ରୀ ବିତର୍କରେ ଭାଗନେବା ଦେଶ ଆଶା କରେ ବୋଲି ରାହୁଲ କହିଛନ୍ତି। ବିତର୍କରେ ଭାଗ ନେବାକୁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଧ୍ୟ ଖୁସି ହେବେ। ତେବେ ପ୍ରଧାନମନ୍ତ୍ରୀ ବିତର୍କରେ ସାମିଲ ହେବାକୁ ରାଜି କି ବୋଲି ଜଣାଇବାକୁ ରାହୁଲ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି