Masthead

ମୁଖ୍ୟମନ୍ତ୍ରୀ ଯଦି ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାରେ ସକ୍ଷମ ନୁହଁନ୍ତି, ସିଏମ ଭାବେ କାର୍ଯ୍ୟ ଜାରି ରଖିବାର କୌଣସି ଅର୍ଥ ନାହିଁ: ଟି.ଏସ ସିଂ ଦେଓ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଣିପୁର ପ୍ରସଙ୍ଗରେ ସାରା ଦେଶରେ ଉତ୍ତେଜନା ଦେଖାଦେଇଛି। ବାରମ୍ବାର ବିରୋଧୀ ପ୍ରଧାନମନ୍ତ୍ରୀ ଉତ୍ତର କହୁଛନ୍ତି । ସଂସଦରେ ବିରୋଧୀ ଦଳର ମିଳିତ ମେଣ୍ଟ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉତ୍ତର ମାଗି ଲୋକସଭାରେ ସରକାରଙ୍କ ବିରୋଧରେ ଏକ ଅନାସ୍ଥା ପ୍ରସ୍ତାବ ଆଗତ କରିଛି। କିନ୍ତୁ ଛତିଶଗଡର ଉପମୁଖ୍ୟମନ୍ତ୍ରୀ ଟି.ଏସ ସିଂ ଦେଓ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଦେଶର ପ୍ରଧାନମନ୍ତ୍ରୀ କରିବାକୁ ଦାବି କରିଛନ୍ତି। ମଣିପୁରର ପରିସ୍ଥିତିକୁ ନେଇ ଛତିଶଗଡର ଡେପୁଟି ସିଏମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି।

ଉପମୁଖ୍ୟମନ୍ତ୍ରୀ ଟି.ଏସ ସିଂ ଦେଓ କହିଛନ୍ତି ଯଦି ମଣିପୁର ଘଟଣାର ପ୍ରଧାନମନ୍ତ୍ରୀ ନିଜର ଦାୟିତ୍ୱବୋଧ ଗ୍ରହଣ କରିବାକୁ ଚାହୁଁ ନାହାଁନ୍ତି, ତେବେ ସେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରଧାନମନ୍ତ୍ରୀ କରିବା ଉଚିତ । ଶାହା ଦେଶକୁ ଉତ୍ତର ଦେବା ଉଚିତ। ମଣିପୁରରେ ଘଟିଥିବା ଘଟଣାକୁ ଅତ୍ୟନ୍ତ ସମ୍ବେଦନଶୀଳ ବୋଲି ବର୍ଣ୍ଣନା କରି ଡେପୁଟି ସିଏମ କହିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ ଏହି ପ୍ରସଙ୍ଗରେ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବଦଳରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର ଚାହୁଁଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯଦି ବିରେନ ସିଂ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାରେ ସକ୍ଷମ ନୁହଁନ୍ତି, ତେବେ ସେ ସିଏମ ଭାବେ କାର୍ଯ୍ୟ ଜାରି ରଖିବାର କୌଣସି ଅର୍ଥ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର