Masthead

ଭାଇରାଲ ଅଡିଓକୁ ନେଇ ପ୍ରଦୀପ୍ତ- ବ୍ୟୋମକେଶ ମୁହାଁମୁହିଁ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଲୋଚନାରେ ଉଠିଲା ବ୍ୟୋମକେଶଙ୍କ ଅଡିଓ ଭାଇରାଲ ପ୍ରସଙ୍ଗ । ବ୍ୟୋମକେଶଙ୍କ ଅଡିଓ ଭାଇରାଲକୁ ନେଇ ବିଧାନସଭାରେ ମୁହାଁମୁହିଁ ହେଲେ ପ୍ରଦୀପ୍ତ ଓ ବ୍ୟୋମକେଶ ଶୂନ୍ୟକାଳରେ ଏହି ପ୍ରସଙ୍ଗକୁ ନେଇ ଉଦବେଗ ପ୍ରକାଶ କଲେ ବିରୋଧୀ ଦଳ ନେତା । ରାଜ୍ୟରେ କିପରି ଶାସନ ଚାଲିଛି ଶାସକ ଦଳର ନେତା ସାଧାରଣ ପୋଲିସ ଏଏସଆଇ ଙ୍କୁ ଧମକାଇବେ କି ? ଏହି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବିରୋଧୀ ଦଳ ନେତା । ବିଧାୟକ ମାନେ ନିଜ ଆଚରଣରେ ଶାଳୀନତା ରଖନ୍ତୁ ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରଦୀପ୍ତ ।

ଗୃହରେ ବ୍ୟୋମକେଶଙ୍କ ବିବୃତି ଗୃହକୁ ବିଭ୍ରାନ୍ତି କରୁଛନ୍ତି ବିରୋଧୀ ଦଳ ନେତା ସେ ପୋଲିସ ଜଣକ ଗରିବ ଲୋକଙ୍କୁ ହଇରାଣ ହରକତ କରୁଥିଲା । ତେଣୁ ମୁଁ ତାକୁ ଫୋନ କରିଥିଲି । ମୁଁ କହିଥିଲି ଆଇନ ତା ବାଟରେ ଯିବ ବୋଲି । ସେ ଟଙ୍କା ଆଦୟ କରୁଥିଲେ । ଲୋକଙ୍କୁ ହଇରାଣ କରୁଥିଲେ। ମୋ ଅଡିଓ ଟେପକୁ ବିଭ୍ରାନ୍ତି କରି ଦେଖାଯାଉଛି । ଯଦି ବାଚସ୍ପତି ଚାହିଁବେ ସମ୍ପୂର୍ଣ୍ଣ ଅଡିଓ ମୁଁ ଗୃହରେ ଉପସ୍ଥାପନ କରିପାରିବି । ମୁଁ ଜଣେ ବିଧାୟକ ମଧ୍ୟବିତ ପରିବାରରୁ ଆସିଛି । ମୁଁ ପିଏଚଡ଼ି କରିଛି । ବ୍ୟବହାର କେମିତି କରାଯିବ ସେ କଥା ମୋତେ ଶିଖାନ୍ତୁନି । ବିଜେପିକୁ କାଉଣ୍ଟର କରି କହିଲେ, ମୟୁରଭଞ୍ଜର ଜଣେ ବିଧାୟକ ଆସିଷ୍ଟାଣ୍ଡ ଇଂଜିନିୟରକୁ ମାଡ଼ ମାରି ଗିରଫ ହୋଇଥିଲେ । ଗୃହର ମଧ ଭାଗରେ ବିରୋଧୀଙ୍କ ହଟ୍ଟଗୋଳ । ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କ’ଣ ଚୀନ ଭାରତର ବନ୍ଧୁ ? 🔴 ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା 🔴 କଣ ଆପଣ ଜିଲାପି, ସିଙ୍ଗଡ଼ା ଖାଉଛନ୍ତି କି ? 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 କ’ଣ ଚୀନ ଭାରତର ବନ୍ଧୁ ? 🔴 ରାଜ୍ୟରେ ବଢ଼ୁଛି ଛାତ୍ରୀଙ୍କ ଅସଦାଚରଣ ମାମଲା 🔴 କଣ ଆପଣ ଜିଲାପି, ସିଙ୍ଗଡ଼ା ଖାଉଛନ୍ତି କି ? 🔴 ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ 🔴 ଲୋୟର ପିଏମ୍‌ଜିରେ ପୋଲିସ ବିଜେଡି କର୍ମୀ ଧସ୍ତାଧସ୍ତି 🔴 ୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ 🔴 ସୌମ୍ୟାଶ୍ରୀ ମୃତ୍ୟୁ ମାମଲା, ବିଜେଡି ପକ୍ଷରୁ ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI