Masthead

ପଶ୍ଚିମା ଝଡ଼ ପ୍ରଭାବ, ୧୧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଜାରି ରହିଛି ପଶ୍ଚିମା ଝଡ଼ ପ୍ରଭାବ । ଉପାନ୍ତରୁ ଉପକୂଳ ହେଉଛି ଅଦିନିଆ ବର୍ଷା । ଆଜି ବି ଅସ୍ତବ୍ୟସ୍ତ କରିବ ଘଡଘଡି ବିଜୁଳି ସହ ଝଡ ପବନ । ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ତାଣ୍ଡବ ରଚିବ କାଳବୈଶାଖୀ । ଏଥିପାଇଁ ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁରକୁ ଜାରି ହୋଇଛି ସତର୍କତା । ମଧ୍ୟମରୁ ଅତି ପ୍ରବଳ ଘଡଘଡି, ବିଜୁଳି ସହ ଝଡ ନେଇ ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏସବୁ ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, କଟକ, କେନ୍ଦୁଝର, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, ଜଗତସିଂପୁର ଏବଂ କେନ୍ଦ୍ରାପଡା । ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହଯାଇଛି । ପ୍ରବଳ ଘଡଘଡି, ବିଜୁଳି ମାରିବାର ସମ୍ଭାବନା ଥିବାରୁ ଆଗାମୀ ୩ ଘଣ୍ଟା ସତର୍କ ରହିବାକୁ ଲୋକମାନଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି