Masthead

ପଶ୍ଚିମା ଝଡ଼ ପ୍ରଭାବ, ୧୧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଜାରି ରହିଛି ପଶ୍ଚିମା ଝଡ଼ ପ୍ରଭାବ । ଉପାନ୍ତରୁ ଉପକୂଳ ହେଉଛି ଅଦିନିଆ ବର୍ଷା । ଆଜି ବି ଅସ୍ତବ୍ୟସ୍ତ କରିବ ଘଡଘଡି ବିଜୁଳି ସହ ଝଡ ପବନ । ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ତାଣ୍ଡବ ରଚିବ କାଳବୈଶାଖୀ । ଏଥିପାଇଁ ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁରକୁ ଜାରି ହୋଇଛି ସତର୍କତା । ମଧ୍ୟମରୁ ଅତି ପ୍ରବଳ ଘଡଘଡି, ବିଜୁଳି ସହ ଝଡ ନେଇ ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏସବୁ ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, କଟକ, କେନ୍ଦୁଝର, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, ଜଗତସିଂପୁର ଏବଂ କେନ୍ଦ୍ରାପଡା । ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହଯାଇଛି । ପ୍ରବଳ ଘଡଘଡି, ବିଜୁଳି ମାରିବାର ସମ୍ଭାବନା ଥିବାରୁ ଆଗାମୀ ୩ ଘଣ୍ଟା ସତର୍କ ରହିବାକୁ ଲୋକମାନଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ