Masthead

ବିଜୟ ପରେ ଏନ୍‌ଡିଏର ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜୟ ପରେ ଆଜି ଏନ୍‌ଡିଏର ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ । ଦିଲ୍ଲୀରେ ଆଜି ଅପରାହ୍ନରେ ବସିବ ଏନ୍‌ଡିଏ ବୈଠକ । ସାମିଲ ହେବେ ନୀତିଶ କୁମାର ଓ ଚନ୍ଦ୍ରବାବୁ ନାଇଡୁ । ଏନଡିଏକୁ ବହୁମତ ମିଳିଛି । ସେପଟେ ଏନଡିଏ ସରକାରଙ୍କ ୯ ଜୁନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ହୋଇପାରେ ବୋଲି ଚର୍ଚ୍ଚା ହେଉଛି ।

ରାଷ୍ଟ୍ରପତି ଭବନ ପକ୍ଷରୁ ଏକ ବିବୃତ୍ତି ଜାରି କରାଯାଇଛି । ଏହି ବିବୃତ୍ତି ମୁତାବକ ରାଷ୍ଟ୍ରପତି ଭବନର ସର୍କିଟ-୧ ବୁଧବାର ଠାରୁ ନେଇ ୯ ଜୁନ ପର୍ଯ୍ୟନ୍ତ ଜନସାଧାରଣଙ୍କ ପାଇଁ ବନ୍ଦ ରହିବ । ଏହି ସମୟରେ ରାଷ୍ଟ୍ରପତି ଭବନରେ ନୂଆ ସରକାରଙ୍କ ଶପଥ ଗ୍ରହଣର ପ୍ରସ୍ତୁତି କରାଯିବ । ଲୋକସଭା ୫୪୩ଟି ସିଟ ମଧ୍ୟରୁ ୨୯୧ଟି ସିଟ୍ ଏନଡିଏ ଜିତିଥିବା ବେଳେ ୨୩୪ଟି ସିଟ୍ ଇଣ୍ଡିଆ ମେଣ୍ଟ ଜିତିଛି ।

ନୂଆଦିଲ୍ଲୀରେ ହେବାକୁ ଥିବା ଏହି ବୈଠକରେ ଆନ୍ଧ୍ରପ୍ରଦେଶର ବିଜୟୀ ଦଳ ଟିଡିପି ଏବଂ ବିଜେପିର ଗୁରୁତ୍ୱପୂର୍ଣ୍ଣ ସହଯୋଗୀ ଜେଡିୟୁ ଯୋଗଦେବେ । ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଇଣ୍ଡିଆ ମେଣ୍ଟ ଯୋଗାଯୋଗ କରୁଥିବା କୁହାଯାଉଛି । ଶରଦ ପୱାର ଏଥିପାଇଁ ପ୍ରୟାସ କରୁଥିବା କୁହାଯାଉଛି । ସେହିପରି ଟିଡିପି ସୁପ୍ରିମୋ ଚନ୍ଦ୍ରବାବୁ ନାଇଡୁଙ୍କ ସହ ଯୋଗାଯୋଗ କରିବାକୁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ପ୍ରୟାସ କରୁଥିବା କୁହାଯାଉଛି । କିନ୍ତୁ ଅମିତ ଶାହ ଉଭୟ ସହଯୋଗୀଙ୍କ ସହ କଥା ହୋଇସାରିଛନ୍ତି । ଏବଂ ନୀତୀଶ ଓ ନାଇଡୁ ଏନଡିଏରେ ରହିବେ ଏବଂ ଆଜିର ବୈଠକରେ ଯୋଗଦେବେ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ