Masthead

ବିଜୟ ପରେ ଏନ୍‌ଡିଏର ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜୟ ପରେ ଆଜି ଏନ୍‌ଡିଏର ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ । ଦିଲ୍ଲୀରେ ଆଜି ଅପରାହ୍ନରେ ବସିବ ଏନ୍‌ଡିଏ ବୈଠକ । ସାମିଲ ହେବେ ନୀତିଶ କୁମାର ଓ ଚନ୍ଦ୍ରବାବୁ ନାଇଡୁ । ଏନଡିଏକୁ ବହୁମତ ମିଳିଛି । ସେପଟେ ଏନଡିଏ ସରକାରଙ୍କ ୯ ଜୁନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ହୋଇପାରେ ବୋଲି ଚର୍ଚ୍ଚା ହେଉଛି ।

ରାଷ୍ଟ୍ରପତି ଭବନ ପକ୍ଷରୁ ଏକ ବିବୃତ୍ତି ଜାରି କରାଯାଇଛି । ଏହି ବିବୃତ୍ତି ମୁତାବକ ରାଷ୍ଟ୍ରପତି ଭବନର ସର୍କିଟ-୧ ବୁଧବାର ଠାରୁ ନେଇ ୯ ଜୁନ ପର୍ଯ୍ୟନ୍ତ ଜନସାଧାରଣଙ୍କ ପାଇଁ ବନ୍ଦ ରହିବ । ଏହି ସମୟରେ ରାଷ୍ଟ୍ରପତି ଭବନରେ ନୂଆ ସରକାରଙ୍କ ଶପଥ ଗ୍ରହଣର ପ୍ରସ୍ତୁତି କରାଯିବ । ଲୋକସଭା ୫୪୩ଟି ସିଟ ମଧ୍ୟରୁ ୨୯୧ଟି ସିଟ୍ ଏନଡିଏ ଜିତିଥିବା ବେଳେ ୨୩୪ଟି ସିଟ୍ ଇଣ୍ଡିଆ ମେଣ୍ଟ ଜିତିଛି ।

ନୂଆଦିଲ୍ଲୀରେ ହେବାକୁ ଥିବା ଏହି ବୈଠକରେ ଆନ୍ଧ୍ରପ୍ରଦେଶର ବିଜୟୀ ଦଳ ଟିଡିପି ଏବଂ ବିଜେପିର ଗୁରୁତ୍ୱପୂର୍ଣ୍ଣ ସହଯୋଗୀ ଜେଡିୟୁ ଯୋଗଦେବେ । ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଇଣ୍ଡିଆ ମେଣ୍ଟ ଯୋଗାଯୋଗ କରୁଥିବା କୁହାଯାଉଛି । ଶରଦ ପୱାର ଏଥିପାଇଁ ପ୍ରୟାସ କରୁଥିବା କୁହାଯାଉଛି । ସେହିପରି ଟିଡିପି ସୁପ୍ରିମୋ ଚନ୍ଦ୍ରବାବୁ ନାଇଡୁଙ୍କ ସହ ଯୋଗାଯୋଗ କରିବାକୁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ପ୍ରୟାସ କରୁଥିବା କୁହାଯାଉଛି । କିନ୍ତୁ ଅମିତ ଶାହ ଉଭୟ ସହଯୋଗୀଙ୍କ ସହ କଥା ହୋଇସାରିଛନ୍ତି । ଏବଂ ନୀତୀଶ ଓ ନାଇଡୁ ଏନଡିଏରେ ରହିବେ ଏବଂ ଆଜିର ବୈଠକରେ ଯୋଗଦେବେ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ