ଦେଶର ୯ଟି ରାଜ୍ୟରେ ପେଟ୍ରୋଲ ୧୦୦

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ତୈଳ ଦରରେ ଲାଗୁନି ବ୍ରେକ । ଦେଶର ମୋଟ ୯ଟି ରାଜ୍ୟରେ ପେଟ୍ରୋଲ ଦର ୧୦୦ ଛୁଇଁଛି । ଆଜି ଦେଶର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ୍ ଓ ଡିଜେଲ୍ ଦର ଲିଟର ପିଛା ୩୫ ପଇସା ଲେଖାଏଁ ବୃଦ୍ଧି ପାଇଛି । ଫଳରେ ଦିଲ୍ଲୀରେ ପେଟ୍ରୋଲ ଦର ୯୮ ଟଙ୍କା ୧୧ ପଇସାରେ ପହଞ୍ଚିଥିବା ବେଳେ ଡିଜେଲ୍ ଦର ୮୮ ଟଙ୍କା ୬୫ ପଇସାରେ ପହଞ୍ଚିଛି । ସେହିଭଳି ମୁମ୍ବାଇରେ ପେଟ୍ରୋଲ ଦର ୧୦୪ ଟଙ୍କା ୨୨ ପଇସାରେ ପହଞ୍ଚିଛି । ଡିଜେଲ୍ ଦର ୯୬ ଟଙ୍କା ୧୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୯୯ ଟଙ୍କା ୧୮ ପଇସା ରହିଛି, ଡିଜେଲ୍ ଦର ହେଉଛି ୯୩ ଟଙ୍କା ୨୨ ପଇସା ।

କୋଲକାତାରେ ପେଟ୍ରୋଲ ଦର ୯୭ ଟଙ୍କା ୯୯ ପଇସା ଥିବା ବେଳେ ଡିଜେଲ୍ ଦର ୯୧ ଟଙ୍କା ୪୯ ପଇସାରେ ପହଞ୍ଚିଛି ।ଗତ ଏକ ମାସ ମଧ୍ୟରେ ପେଟ୍ରୋଲ ଦର ୭ ଟଙ୍କା ୭୧ ପଇସା ବୃଦ୍ଧି ପାଇଛି । ରାଜସ୍ଥାନ, ମଧ୍ୟପ୍ରଦେଶ, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, କର୍ଣ୍ଣାଟକ, ଜମ୍ମୁ-କାଶ୍ମୀର, ଓଡ଼ିଶାରେ ପେଟ୍ରୋଲ୍ ଦର ୧୦୦ ଟପିଛି । ବଢୁଥିବା ତୈଳ ଦରକୁ ନେଇ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’