Masthead

ମହାରାଷ୍ଟ୍ରରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ସ୍ଥଗିତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଉଛି କରୋନା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ସ୍ଥଗିତ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ପରୀକ୍ଷା ସ୍ଥଗିତ ରଖିଛନ୍ତି ସରକାର। କୋଭିଡ ସଂକ୍ରମଣ ବଢୁଥିବାରୁ ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ଏମିତି ନିଷ୍ପତ୍ତି ନିଆଯାଇଛି । ମହାରାଷ୍ଟ୍ର ଶିକ୍ଷା ମନ୍ତ୍ରୀ ବର୍ଷା ଗାଏକ୍ୱାଡ ପରୀକ୍ଷା ସମ୍ପର୍କରେ ସୂଚନା ଦେଇଛନ୍ତି। ରାଜ୍ୟରେ ବର୍ତ୍ତମାନ ପରିସ୍ଥିତିରେ କରୋନାର ସ୍ଥିତି ଭୟଙ୍କର ରହିଛି।

ଯଦି ପରୀକ୍ଷା କରାଯାଏ ତେବେ ସଂକ୍ରମଣ ଦ୍ୱାରା ଗଭୀର ଭାବରେ ପ୍ରଭାବିତ ହେବେ ଛାତ୍ରଛାତ୍ରୀ। ଗୋଟିଏ ପଟେ କରୋନାର ଚେନ୍‌କୁ ରୋକିବାକୁ ସରକାରୀ ସ୍ତରରେ ବି ଅନେକ ପଦକ୍ଷେପ ନିଆଯାଉଛି। ଏ ସମୟରେ ମହାମାରୀ ଯେପରି ଭାବରେ ଛାତ୍ରଛାତ୍ରୀଙ୍କୁ ନବ୍ୟାପେ ସେଥିଲାଗି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି।

 ଦେଖିବାକୁ ଗଲେ ବର୍ତ୍ତମାନ ସମୟରେ ଦେଶରେ ସବୁଠାରୁ ଅଧିକ କରୋନା ସଂକ୍ରମିତ ମହାରାଷ୍ଟ୍ରରେ। ମୃତ୍ୟୁସଂଖ୍ୟା ମଧ୍ୟ ସେହି ହାରରେ ଅଧିକ ରହୁଛି। ସମସ୍ତ ଦିଗକୁ ନଜରରେ ରଖି ଏପରି ନିଷ୍ପତ୍ତି ନିଆଯାଇଥିବା ମନ୍ତ୍ରୀ କହିଛନ୍ତି। ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି