Masthead

ମନୋଜ ଦାସଙ୍କ ସ୍ମୃତିରେ…

ଭୁବନେଶ୍ଵର( ବଡ଼ ଖବର ବ୍ୟୁରୋ): ଯଶସ୍ଵୀ ସାଧକ ମନୋଜ ଦାସଙ୍କ ସ୍ମୃତିରେ ଅନ୍ତର୍ଜାତୀୟ ପୁରସ୍କାର ଓ ଜନ୍ମସ୍ଥାନରେ ମ୍ୟୁଜିୟମ ଓ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଯଶସ୍ଵୀ ସାରସ୍ଵତ ସାଧକ ସ୍ଵର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଆନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା  ଓଡିଆ ସାହିତ୍ୟିକମାନଙ୍କୁ ଏହି ପୁରସ୍କାର ଓଡିଶା ସରକାରଙ୍କ ପକ୍ଷରୁ  ପ୍ରତିବର୍ଷ  ଦିଆଯିବ।  ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଯୁବପୀଢି ମଧ୍ୟରେ ଉଭୟ ଇଂରାଜୀ ଓ ଓଡ଼ିଆ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି ନିମନ୍ତେ ପ୍ରତିବର୍ଷ ହାଇସ୍କୁଲ ସ୍ତରରେ ଇଂରାଜୀ ଓ ସାହିତ୍ୟରେ ମୌଳିକ ରଚନା ପାଇଁ ‘ମନୋଜ-କିଶୋର ସାହିତ୍ୟ ପ୍ରତିଭା ସମ୍ମାନ’ ପ୍ରଦାନ କରାଯିବ। ଏଥିନିମନ୍ତେ  ଉଭୟ ଓଡ଼ିଆ ଓ ଇରାଜୀ ଭାଷାରେ ଗୋଟିଏ ଗୋଟିଏ  ପୁରସ୍କାର  ପ୍ରଦାନ କରାଯିବ । ପୁରସ୍କାର ବାବଦ ଏକ ଲଷ ଟଙ୍କା ପ୍ରଦାନ କରାଯିବ ।

ସେହିପରି ମନୋଜ ଦାସଙ୍କ ପରିବାର ସଦସ୍ୟ ମାନଙ୍କ ପ୍ରସ୍ତାବ କ୍ରମେ ରାଜ୍ୟ ସରକାର ତାଙ୍କର ବାଲେଶ୍ଵର ସ୍ଥିତ ଜନ୍ମସ୍ଥାନକୁ ପ୍ରଫେସର ମନ୍ମଥ ନାଥ ଦାସ ଓ ମନୋଜ ଦାସ, ଏହି ଦୁଇ ଭାଇଙ୍କ ନାମରେ  ‘ମନ୍ମଥ-ମନୋଜ ସ୍ମାରକୀ’ ଭାବରେ ଘୋଷଣା କରାଯିବ।  ସେଠାରେ ଉଭୟ ମନ୍ମଥ ନାଥ ଦାସ ଓ ମନୋଜ ଦାସଙ୍କ ଦ୍ଵାରା  ଇତିହାସ ଓ ସାହିତ୍ୟ ଉପରେ ଲିଖିତ ସମସ୍ତ ପୁସ୍ତକକୁ ରଖାଯାଇ ଏକ ଲାଇବ୍ରେରୀ ମଧ୍ୟ ସ୍ଥାପନ କରାଯିବ। ବାସଭାବନ ପରିସରରେ ଥିବା ମନ୍ଦିରର ସଂରକ୍ଷଣ ମଧ୍ୟ କରାଯିବ। ସ୍ଵର୍ଗତ ମନୋଜ ଦାସଙ୍କର ସ୍ମୃତିରେ  ଉତ୍କଳ ପ୍ରସଙ୍ଗ, ଓଡିଶା ରିଭ୍ୟୁ ଏବଂ ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ପ୍ରକାଶିତ କୋଣାର୍କ ପତ୍ରିକାର ସ୍ଵତନ୍ତ୍ର ସଂଖ୍ୟା ପ୍ରକାଶ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ