Masthead

ଓଡ଼ିଶାର ୬୧.୨ ପ୍ରତିଶତ ଚାଷୀ ପରିବାର ଋଣଗ୍ରସ୍ତ

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ ): କଥାରେ ଅଛି ଚାଷ ଅଛି ଯାହାର କେତେ ସୁଖ ତାହାର ସେଇ ସିନା ଯୋଗାଉଛି ଦୁନିଆକୁ ଆହାର। କିନ୍ତୁ ଏହାର ଅର୍ଥ ସମ୍ପୂର୍ଣ୍ଣ ବଦଳି ଯାଉଛି। ଚାଷୀ ସୁଖ ବଦଳରେ ସବୁ ସମୟରେ ଦୁଃଖରେ ବଞ୍ଚୁଛି। କେତେବେଳେ ମରୁଡ଼ି ତ କେତେବେଳେ ବନ୍ୟା । ପୁଣି କେତେବେଳେ ସାର ଓ କୀଟନାସକର ଅହେତୁକ ଦରବୃଦ୍ଧି । ଏହାରି ଭିତରେ ଚାଷୀର ପିଲାଛୁଆଙ୍କ ପାଠପଢା, ମେଡିକାଲ ଖର୍ଚ୍ଚ, ବିବାହ-ବ୍ରତ। ଯେଉଁଥି ପାଇଁ ଚାଷୀ ଋଣଯନ୍ତାରୁ ମୁକୁଳି ପାରେନି। ସବୁବେଳେ ଋଣରେ ବୁଡ଼ିରହେ।

ଚାଷୀମାନଙ୍କ ସ୍ଥିତିକୁ ନେଇ କେନ୍ଦ୍ର ସରକାରଙ୍କ ପରିସଂଖ୍ୟାନ ଓ ଯୋଜନା କ୍ରିୟାନ୍ୱୟନ ମନ୍ତ୍ରାଳୟ ଦ୍ୱାରା ଏକ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ଓଡ଼ିଶାର ୬୧.୨ ପ୍ରତିଶତ ଚାଷୀ ପରିବାର ଋଣଗ୍ରସ୍ତ ।   ଓଡ଼ିଶା ଏହି କ୍ଷେତ୍ରରେ ଦେଶରେ ଷଷ୍ଠ ସ୍ଥାନରେ ରହିଛି  । ଋଣଗ୍ରସ୍ତ ଚାଷୀ ପରିବାର ହାରାହାରି ୩୨ ହଜାର ୭୨୧ ଟଙ୍କା ଋଣ କରିଛନ୍ତି ।  କୃଷିଋଣରୁ ଚାଷୀମାନେ ୫୦.୨ ପ୍ରତିଶତ କୃଷି କାର୍ଯ୍ୟରେ ବ୍ୟୟ  କରୁଥିବା ବେଳେ କୃଷି ବ୍ୟବସାୟରେ ୪.୨ ପ୍ରତିଶତ, ଆବାସ ପାଇଁ ୧୩.୨ ପ୍ରତିଶତ, ବିବାହ ଓ ଉତ୍ସବରେ ୮.୪ ପ୍ରତିଶତ, ଶିକ୍ଷା ଓ ସ୍ୱାସ୍ଥ୍ୟରେ ୯.୯ ପ୍ରତିଶତ ଏବଂ ଅନ୍ୟାନ୍ୟ ବ୍ୟବହାରିକ ଖର୍ଚ୍ଚରେ ୧୦.୨ ପ୍ରତିଶତ ବ୍ୟୟ କରିଥିବା ରିପୋର୍ଟରେ କୁହାଯାଇଛି ।

ସେହିପରି ଓଡ଼ିଶା ଚାଷୀଙ୍କ ମାସିକ ଆୟ ୫ ହଜାର ୧୧୨ ଟଙ୍କା।  ଦେଶରେ ସବୁଠାରୁ କମ୍ ହାରାହାରି ମାସିକ ଆୟ ତାଲିକାରେ ଝାଡଖଣ୍ଡ ପ୍ରଥମ ସ୍ଥାନରେ ରହିଥିବା ବେଳେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା