Masthead

ଓଡ଼ିଶାର ୬୧.୨ ପ୍ରତିଶତ ଚାଷୀ ପରିବାର ଋଣଗ୍ରସ୍ତ

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ ): କଥାରେ ଅଛି ଚାଷ ଅଛି ଯାହାର କେତେ ସୁଖ ତାହାର ସେଇ ସିନା ଯୋଗାଉଛି ଦୁନିଆକୁ ଆହାର। କିନ୍ତୁ ଏହାର ଅର୍ଥ ସମ୍ପୂର୍ଣ୍ଣ ବଦଳି ଯାଉଛି। ଚାଷୀ ସୁଖ ବଦଳରେ ସବୁ ସମୟରେ ଦୁଃଖରେ ବଞ୍ଚୁଛି। କେତେବେଳେ ମରୁଡ଼ି ତ କେତେବେଳେ ବନ୍ୟା । ପୁଣି କେତେବେଳେ ସାର ଓ କୀଟନାସକର ଅହେତୁକ ଦରବୃଦ୍ଧି । ଏହାରି ଭିତରେ ଚାଷୀର ପିଲାଛୁଆଙ୍କ ପାଠପଢା, ମେଡିକାଲ ଖର୍ଚ୍ଚ, ବିବାହ-ବ୍ରତ। ଯେଉଁଥି ପାଇଁ ଚାଷୀ ଋଣଯନ୍ତାରୁ ମୁକୁଳି ପାରେନି। ସବୁବେଳେ ଋଣରେ ବୁଡ଼ିରହେ।

ଚାଷୀମାନଙ୍କ ସ୍ଥିତିକୁ ନେଇ କେନ୍ଦ୍ର ସରକାରଙ୍କ ପରିସଂଖ୍ୟାନ ଓ ଯୋଜନା କ୍ରିୟାନ୍ୱୟନ ମନ୍ତ୍ରାଳୟ ଦ୍ୱାରା ଏକ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ଓଡ଼ିଶାର ୬୧.୨ ପ୍ରତିଶତ ଚାଷୀ ପରିବାର ଋଣଗ୍ରସ୍ତ ।   ଓଡ଼ିଶା ଏହି କ୍ଷେତ୍ରରେ ଦେଶରେ ଷଷ୍ଠ ସ୍ଥାନରେ ରହିଛି  । ଋଣଗ୍ରସ୍ତ ଚାଷୀ ପରିବାର ହାରାହାରି ୩୨ ହଜାର ୭୨୧ ଟଙ୍କା ଋଣ କରିଛନ୍ତି ।  କୃଷିଋଣରୁ ଚାଷୀମାନେ ୫୦.୨ ପ୍ରତିଶତ କୃଷି କାର୍ଯ୍ୟରେ ବ୍ୟୟ  କରୁଥିବା ବେଳେ କୃଷି ବ୍ୟବସାୟରେ ୪.୨ ପ୍ରତିଶତ, ଆବାସ ପାଇଁ ୧୩.୨ ପ୍ରତିଶତ, ବିବାହ ଓ ଉତ୍ସବରେ ୮.୪ ପ୍ରତିଶତ, ଶିକ୍ଷା ଓ ସ୍ୱାସ୍ଥ୍ୟରେ ୯.୯ ପ୍ରତିଶତ ଏବଂ ଅନ୍ୟାନ୍ୟ ବ୍ୟବହାରିକ ଖର୍ଚ୍ଚରେ ୧୦.୨ ପ୍ରତିଶତ ବ୍ୟୟ କରିଥିବା ରିପୋର୍ଟରେ କୁହାଯାଇଛି ।

ସେହିପରି ଓଡ଼ିଶା ଚାଷୀଙ୍କ ମାସିକ ଆୟ ୫ ହଜାର ୧୧୨ ଟଙ୍କା।  ଦେଶରେ ସବୁଠାରୁ କମ୍ ହାରାହାରି ମାସିକ ଆୟ ତାଲିକାରେ ଝାଡଖଣ୍ଡ ପ୍ରଥମ ସ୍ଥାନରେ ରହିଥିବା ବେଳେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ