Masthead

ପୁରୀରେ ଅତିକ ଅହମ୍ମଦ ପୁଅର ସାଙ୍ଗ ଗୁଡ୍ଡୁ !

ପୁରୀ (ବଡ଼ ଖବର ବ୍ୟୁରୋ): ମିଳିଲା ଅତିକ ଅହମ୍ମଦ ପୁଅର ସାଙ୍ଗ ଗୁଡ୍ଡୁର ପତ୍ତା । ଉମେଶ ପାଲ ହତ୍ୟା ମାମଲାରେ ଫେରାର ଅଭିଯୁକ୍ତ ଗୁଡ୍ଡୁ ମୁସଲିମର ଲାଷ୍ଟ ଲୋକେସନ୍ ଓଡ଼ିଶା ରହିଛି । ପୁରୀରେ ବମ୍ ସ୍ପେଶାଲିଷ୍ଟ ଗୁଡ୍ଡୁ ଲୁଚିଥିଲା ବୋଲି ଜଣାପଡିଛି । ଅସଦ୍ ଓ ଗୁଲାମର ଏନକାଉଣ୍ଟର ହେବା ସମୟରେ ଅଣ୍ଡର ଗ୍ରାଉଣ୍ଡ ହୋଇଥିଲା ଗୁଡ୍ଡୁ । ଏସଟିଏଫ ଟିମ୍ ଗୁଡ୍ଡୁ ମୁସଲିମକୁ ଧରିବାକୁ ବିଭିନ୍ନ ସ୍ଥାନରେ ରେଡ୍ କରୁଛି। ଶେଷ ଲୋକେସନ୍ ଓଡ଼ିଶା ଦେଖାଇବା ପରେ ପୁରୀରେ ଏସଟିଏଫ୍ ଟିମ୍ ପହଞ୍ଚିଥିଲା ।

ତେବେ ସେତେବେଳକୁ ପୁରୀରୁ ଫେରାର ହୋଇଯାଇଥିଲା ଗୁଡ୍ଡୁ । ତା ନାଁରେ ୫ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଛି । ଓଡ଼ିଶା ପୂର୍ବରୁ କର୍ଣ୍ଣାଟକରେ ଗୁଡ୍ଡୁର ଲୋକେସନ୍ ମିଳିଥିଲା । ଉମେଶ ପାଲ ହତ୍ୟା ପରେ ଗୁଡ୍ଡୁ ଝାନସୀରେ ୫ଦିନ ରହିଥିଲା । ପରେ ମିରଟରେ ଅତିକର ଭଉଣୀ ଆୟଶା ନୁରୀ ଘରେ ଗୁଡ୍ଡୁକୁ ଦେଖିବାକୁ ମିଳିଥିଲା । ଏହାପରଠୁ ଗୁଡ୍ଡୁର ସୁରାକ ମିଳୁନଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ