Masthead

କରୋନାକୁ ପୁରିଲା ବର୍ଷେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡିଶାରେ କରୋନାକୁ ପୁରିଲା ବର୍ଷେ । ମାର୍ଚ୍ଚ ୧୫ତାରିଖ ୨୦୨୦ରେ ଓଡିଶାରେ ପ୍ରଥମ କରୋନା ରୋଗୀଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଚିହ୍ନଟ କରାଯାଇଥିଲା । ଆକ୍ରାନ୍ତ ଜଣଙ୍କ ଇଟାଲି ଫେରନ୍ତା ହୋଇଥିବା ଜଣାପଡିଥିଲା । ତେବେ ଏଯାବତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୧୯୧ରେ ପହଂଚିଥିବା ବେଳେ ଏଥିମଧ୍ୟରୁ ୩ ଲକ୍ଷ ୩୫ ହଜାର ୫୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Odisha reports second coronavirus death, positive cases rise to 177- The  New Indian Express୬୫୨ ଜଣ ଏବେବି ଆକ୍ରାନ୍ତ ବିଭିନ୍ନ କରୋନା ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଅନ୍ୟପଟେ ୧୯୧୮ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି । ଏବେବି କରୋନା ଭୟରେ ସାରା ଦେଶ । ଏନେଇ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସତର୍କ ରହିବା ପାଇଂ ସମ୍ବୋର୍ଦ୍ଧନା ଜଣାଇଛନ୍ତି । ରାଜ୍ୟବାସୀଙ୍କୁ ଉଦବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଜିରୋ ଇନଫେକସନ ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କରୋନା ନିୟନ୍ତ୍ରଣରେ ଓଡିଶା ଭଲ ସ୍ଥିତିରେ ଅଛି ।

ଓଡିଶାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପ୍ରଶଂସା କରିଛି । ଆମର ଦୈନିକି ସଂକ୍ରମଣ ୧୦୦ ତଳେ ରହୁଛି ।ରୋଗ କ୍ଷେତ୍ରରେ ଆତ୍ମସନ୍ତୋଷ ଠିକ୍ ନୁହେଁ ବୋଲି ମଧ୍ୟ ନବୀନ ପଟ୍ଟନାୟକ କହିଛନ୍ତି । ବିପଦ ଏବେବି ଟଳିନାହିଁ । ମହାରାଷ୍ଟ୍ର, ପଞ୍ଜାବ, ମଧ୍ୟପ୍ରଦେଶ, ଛତିଶଗଡରେ ସ୍ଥିତି ବିଗୁଡିଛି । ଆମେ କେହି ଲକଡାଉନକୁ ଫେରିବାକୁ ଚାହୁଁ ନାହୁଁ । ସତର୍କ ରହିଲେ ଲକଡାଉନ ଭଳି ସ୍ଥିତି ଉପୁଜିବ ନାହିଁ । ଏଥିପାଇଁ କୋଭିଡ ଗାଇଡଲାଇନକୁ କଡା କଡି ଭାବରେ ପାଳନ କରିବା ପାଇଁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଭଳି କରୋନା ସମ୍ପର୍କିତ ଅନେକ ବାର୍ତା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରଧାନମନ୍ତ୍ରୀଙ୍କ ୪ ଦିନିଆ ମାଲଦ୍ୱୀପ ଏବଂ ୟୁକେ ଗସ୍ତ 🔴 ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପ ମୁଖ୍ୟମନ୍ତ୍ରୀ 🔴 ଚାଇନା ନାଗରିକଙ୍କୁ ମିଳିବ ଭାରତର ପର୍ଯ୍ୟଟନ ଭିଜା 🔴 ସହଯୋଗର ହାତ ବଢ଼ାଇବ ଭାରତ 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପ୍ରଧାନମନ୍ତ୍ରୀଙ୍କ ୪ ଦିନିଆ ମାଲଦ୍ୱୀପ ଏବଂ ୟୁକେ ଗସ୍ତ 🔴 ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପ ମୁଖ୍ୟମନ୍ତ୍ରୀ 🔴 ଚାଇନା ନାଗରିକଙ୍କୁ ମିଳିବ ଭାରତର ପର୍ଯ୍ୟଟନ ଭିଜା 🔴 ସହଯୋଗର ହାତ ବଢ଼ାଇବ ଭାରତ 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ