Masthead

କରୋନାକୁ ପୁରିଲା ବର୍ଷେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡିଶାରେ କରୋନାକୁ ପୁରିଲା ବର୍ଷେ । ମାର୍ଚ୍ଚ ୧୫ତାରିଖ ୨୦୨୦ରେ ଓଡିଶାରେ ପ୍ରଥମ କରୋନା ରୋଗୀଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଚିହ୍ନଟ କରାଯାଇଥିଲା । ଆକ୍ରାନ୍ତ ଜଣଙ୍କ ଇଟାଲି ଫେରନ୍ତା ହୋଇଥିବା ଜଣାପଡିଥିଲା । ତେବେ ଏଯାବତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୧୯୧ରେ ପହଂଚିଥିବା ବେଳେ ଏଥିମଧ୍ୟରୁ ୩ ଲକ୍ଷ ୩୫ ହଜାର ୫୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Odisha reports second coronavirus death, positive cases rise to 177- The  New Indian Express୬୫୨ ଜଣ ଏବେବି ଆକ୍ରାନ୍ତ ବିଭିନ୍ନ କରୋନା ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଅନ୍ୟପଟେ ୧୯୧୮ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି । ଏବେବି କରୋନା ଭୟରେ ସାରା ଦେଶ । ଏନେଇ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସତର୍କ ରହିବା ପାଇଂ ସମ୍ବୋର୍ଦ୍ଧନା ଜଣାଇଛନ୍ତି । ରାଜ୍ୟବାସୀଙ୍କୁ ଉଦବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଜିରୋ ଇନଫେକସନ ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କରୋନା ନିୟନ୍ତ୍ରଣରେ ଓଡିଶା ଭଲ ସ୍ଥିତିରେ ଅଛି ।

ଓଡିଶାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପ୍ରଶଂସା କରିଛି । ଆମର ଦୈନିକି ସଂକ୍ରମଣ ୧୦୦ ତଳେ ରହୁଛି ।ରୋଗ କ୍ଷେତ୍ରରେ ଆତ୍ମସନ୍ତୋଷ ଠିକ୍ ନୁହେଁ ବୋଲି ମଧ୍ୟ ନବୀନ ପଟ୍ଟନାୟକ କହିଛନ୍ତି । ବିପଦ ଏବେବି ଟଳିନାହିଁ । ମହାରାଷ୍ଟ୍ର, ପଞ୍ଜାବ, ମଧ୍ୟପ୍ରଦେଶ, ଛତିଶଗଡରେ ସ୍ଥିତି ବିଗୁଡିଛି । ଆମେ କେହି ଲକଡାଉନକୁ ଫେରିବାକୁ ଚାହୁଁ ନାହୁଁ । ସତର୍କ ରହିଲେ ଲକଡାଉନ ଭଳି ସ୍ଥିତି ଉପୁଜିବ ନାହିଁ । ଏଥିପାଇଁ କୋଭିଡ ଗାଇଡଲାଇନକୁ କଡା କଡି ଭାବରେ ପାଳନ କରିବା ପାଇଁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଭଳି କରୋନା ସମ୍ପର୍କିତ ଅନେକ ବାର୍ତା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ