Masthead

ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପ ଉଦଘାଟନ

ଭୁବନେଶ୍ୱର: ବିନ୍ଦୁ ସାଗରର ସଫେଇ ଓ ନବୀକରଣ ପାଇଁ ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଉଦଘାଟନ ହୋଇଛି । ଏହି ପରିପ୍ରେକ୍ଷୀରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରକଳ୍ପର ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ କାର୍ୟ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହି ଉଦଘାଟନୀ ସଭାରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା, ପଦ୍ମଶ୍ରୀ ରଘୁନାଥ ମହାପାତ୍ର ପ୍ରମୁଖ ବ୍ୟକ୍ତି ଯୋଗ ଦେଇଛନ୍ତି। ଇଣ୍ଡିଆନ ଅଏଲର ସିଏସଆର ପାଣ୍ଠିରୁ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବିନ୍ଦୁ ସାଗରର ସଫେଇ କରାଯିବ ବୋଲି ଜଣାପଡ଼ିଛି ।

ଓଡ଼ିଶା ସେତୁ ନିର୍ମାଣ ନିଗମ ଲିମିଟେଡର ସହଯୋଗିତାରେ ଏହା କାର୍ଯ୍ୟକାରୀ ହେବ । ବିନ୍ଦୁସାଗର ଜଳକୁ ସ୍ୱଚ୍ଛ ଏବଂ ନିର୍ମଳ ରଖିବାପାଇଁ ହାଇଡ୍ରୋ ଡାଇନାମିକ କ୍ୟାବିଟେସନ ନାମକ ଅତ୍ୟାଧୁନିକ ଜ୍ଞାନ କୌଶଳର ବ୍ୟବହାର କରାଯିବ । ୩ ବର୍ଷ ପାଇଁ ଭୁବନେଶ୍ୱର ଆଇଟିସି-ଆଇସି ନିଷୋଧନ ଯନ୍ତ୍ରର ରକ୍ଷଣାବେକ୍ଷଣ ଦାୟିତ୍ୱ ବହନ କରିବ । ବିଶୋଧନ ପାଇଁ ରାଜ୍ୟ ସରକାର ମାଗଣାରେ ବିଦ୍ୟୁତ୍ ଯୋଗାଇ ଦେବେ । ଏବେ ନୂଆ ଯୋଜନାରେ ବୈଜ୍ଞାନିକ ପଦ୍ଧତିରେ ବିନ୍ଦୁସାଗର ପୋଖରୀର ଜଳରାଶିକୁ ବିଶୋଧନ କରାଯିବ । ପ୍ରାଚୀନ ପୋଖରୀକୁ ପୁନରୁଦ୍ଧାର କରି ପୂର୍ବ ଅବସ୍ଥାକୁ ଫେରାଇ ଅଣାଯିବାକୁ ଉଦ୍ୟମ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି