Masthead

ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ । ମହାରାଷ୍ଟ୍ରର ପରଭଣୀ ଜିଲ୍ଲାରେ ଅବସ୍ଥିତ ଯଶୱାଡୀ ମାରୁତି ମନ୍ଦିରରେ ଏକ ବଡ ଦୁର୍ଘଟଣା ଘଟିଛି । ମନ୍ଦିର ସମ୍ମୁଖରେ ନିର୍ମିତ ସଭା ମଣ୍ଡପଟି ହଠାତ୍ ଭୁଶୁଡି ପଡିଥିଲା । ମନ୍ଦିର ଛାତ ଭୁଶୁଡି ୭ ମୃତ ବୋଲି ଜଣା ପଡିଛି । ଏହି ଧ୍ୱଂସାବେଶଷ ତଳେ ୩୦ରୁ୪୦ଜଣ ଲୋକ ଫସି ରହିଛନ୍ତି । ୭ଜଣଙ୍କର ମୃତ ହୋଇଥିବା ବେଳେ,୧୦ରୁ ଅଧିକ ଶ୍ରଦ୍ଧାଳୁ ଆହାତ ଅଛନ୍ତି । ଘଟଣା ସମ୍ପର୍କରେ ସୂଚନା ମିଳିବା ମାତ୍ରେ ଜିଲ୍ଲା ପ୍ରଶାସନ , ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ । ଫସି ରହିଥିବା ଲୋକଙ୍କୁ ବାହାର କରିବା ପାଇଁ ନିରନ୍ତର ପ୍ରୟାସ ଚାଲିଛି । ଆହାତ ମାନଙ୍କୁ ତୁରନ୍ତ ହସ୍ପିଟାଲକୁ ପଠାଇବା ପାଇଁ ଆମ୍ବୁଲାନ୍ସର ବ୍ୟବସ୍ଥା ମଧ୍ୟ କରାଯାଇଛି । ପ୍ରଶାସନ ସମ୍ପୂର୍ଣ୍ଣ ଅଞ୍ଚଳକୁ ଘେରାବନ୍ଦୀ କରି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିଛି । ଆହୁରି କିଛି ଶ୍ରଦ୍ଧାଳୁ ଚାପିହୋଇ ରହିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ