Masthead

ନାବାଳିକାକୁ ମାଡ଼ ମାରିବା ଘଟଣା, ଆଉ ୭ ଗିରଫ

ନବରଙ୍ଗପୁର(ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲା କୁନ୍ଦେଇ ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଟଙ୍କା ଚୋରି ଅଭିଯୋଗରେ ଖୁଣ୍ଟରେ ବାନ୍ଧି ଜୋତା ମାଳ ପିନ୍ଧେଇବା ଓ ମାଡ଼ ମାରିବା ଘଟଣାରେ ପୋଲିସର ଦୃଢ଼ କାର୍ଯ୍ୟାନୁଷ୍ଠାନ । ଏହି ଘଟଣାରେ ପୋଲିସ ଚାରି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଆଉ ସାତ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଘଟଣା ଅନୁସାରେ ତିନି ଦିନ ପୂର୍ବରୁ ଟଙ୍କା ଚୋରି ଅଭିଯୋଗରେ କୁନ୍ଦେଇ ଥାନା ଅଞ୍ଚଳର ଜଣେ ନାବାଳିକା ଖୁଣ୍ଟରେ ବାନ୍ଧି ଜୋତା ମାଳ ପିନ୍ଧେଇବା ସହ ତାକୁ ମାଡ଼ ମରା ଯାଇଥିଲା । କିଛି ବ୍ୟକ୍ତି ଏହି ସମୟର ଦୃଶ୍ୟକୁ ଭିଡିଓ କରି ଭାଇରାଲ୍ କରିଥିଲେ।

ଭିଡିଓ ଭାରାଇଲ୍ ପରେ ନାବାଳିକାର ବାପା ଥାନାର ଦ୍ୱାରସ୍ଥ ହୋଇଥିଲେ। କୁନ୍ଦେଇ ଥାନାରେ ଲିଖିତ ଅଭିଯୋଗ କରିବା ପରେ ଥାନା ଅଧିକାରୀ ପ୍ରଶାନ୍ତ କୁମାର ସେଠୀ ଘଟଣାକୁ ଅତି ଗୁରୁତ୍ୱର ଭାବରେ ନେଇ ଗତ ୧୮ ତାରିଖରେ ଏହି ଘଟଣାରେ ସଂପୃକ୍ତ ଚାରି ଜନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ । ଘଟଣା ରେ ଅଧିକ ତଦନ୍ତ ପରେ ଆଜି ଆଉ ସାତ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଏହି ମାମଲାର ଅଧିକ ତଦନ୍ତ ଜାରି ରହିଥିବା ବେଳେ ଏଥିରେ ଆଉ କେଉଁମାନଙ୍କର ସଂପୃକ୍ତ ରହିଛି ସେମାନଙ୍କୁ ମଧ୍ୟ ଗିରଫ କରାଯିବ ବୋଲି ଉମରକୋଟ ଏସଡିପି ଓ ଶୁଭେନ୍ଦୁ କୁମାର ଶବର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ