‘ଡିଏନ୍ ଗ୍ରୁପ’ରେ ରେଡ୍, ଦ୍ୱିତୀୟ ଦିନରେ ଚଢାଉ ଜାରି

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦ୍ୱିତୀୟ ଦିନରେ ଡିଏନ୍ ଗ୍ରୁପରେ ଜାରି ରହିଛି ରେଡ । ୨ କର୍ମଚାରୀଙ୍କୁ ପଚରାଉଚରା କରୁଛନ୍ତି ଅୟକର ଅଧିକାରୀ । ଗତକାଲି ୨୦ରୁ ଅଧିକ ସ୍ଥାନରେ ଚଢାଉ ହୋଇଥିଲା । ୩୦କୋଟି ନଗଦ ଟଙ୍କା ସହ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଜବତ କରାଯାଇଥିଲା । ଆଜି ୨ କର୍ମଚାରୀଙ୍କୁ ଭୁବନେଶ୍ୱର ୟୁନିଟ୍-୪ ସ୍ଥିତ ଘରେ ପଚରାଉଚରା କରାଯାଉଛି । ୩ଟି ଟ୍ରଙ୍କ ଓ ଗୋଟିଏ ଆଟାଚିରୁ କେବଳ ୫୦୦ ଟଙ୍କିଆ ନୋଟ୍ ମିଳିଥିଲା ।

କମ୍ପାନୀର ନିର୍ଦ୍ଦେଶକଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ଘରେ ଚଢାଉ କରାଯାଇଥିଲା । ଟିକସ ଫାଙ୍କିବା ଅଭିଯୋଗରେ ୨୨ ସ୍ଥାନରେ ଏକକାଳୀନ ରେଡ୍ କରିଥିଲା ଆଇଟି । ୨୦୦୩ ମସିହାରେ ଡିଏନ୍ ଗ୍ରୁପ୍ ଅଫ୍ କମ୍ପାନି ଆରମ୍ଭ ହୋଇଥିଲା । ବିଲ୍ଡର୍ସ ଓ କନଷ୍ଟ୍ରକସନ୍ ସଂସ୍ଥାରୁ ଆରମ୍ଭ ହୋଇଥିବା କମ୍ପାନିର ଏକାଧିକ ସଂସ୍ଥା ରହିଛି। ଏପରିକି ଏକ ଶିକ୍ଷାନୁଷ୍ଠାନ ମଧ୍ୟ ରହିଛି । ତଦନ୍ତକାରୀ ଟିମ୍ ହାତରେ ୨୦ରୁ ଅଧିକ ବ୍ୟାଙ୍କ ଆକାଉଣ୍ଟ ଓ ଲକର୍ ଲାଗିଛି । ବ୍ୟାଙ୍କ ଆକାଉଣ୍ଟରେ କାରବାର ଓ ଲକର୍‌କୁ ଯାଞ୍ଚ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’