Masthead

ବନ୍ୟପ୍ରାଣୀ ଆକ୍ରମଣରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶି ବୃଦ୍ଧି

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):    ମଣିଷ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶି ବୃଦ୍ଧି । ଅନୁକମ୍ପା ରାଶି ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ମଣିଷ-ବନ୍ୟପ୍ରାଣୀ ସଂଘର୍ଷରେ ମୃତ୍ୟୁ ହେଲେ ଅନୁକମ୍ପା ରାଶି ୪ ଲକ୍ଷରୁ ୬ ଲକ୍ଷକୁ ବୃଦ୍ଧି କରାଯାଇଛି । ମଣିଷ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷରେ ପ୍ରତିବର୍ଷ ରାଜ୍ୟରେ ବହୁ ଲୋକ ମୃତାହତ ହେଉଛନ୍ତି। ଏହାସହିତ ଘରଦ୍ବାରା ଭାଙ୍ଗିବା ଓ ଫସଲ ନଷ୍ଟ ହେବା ସହିତ ଗୃହପାଳିତ ପ୍ରାଣୀମାନେ ମଧ୍ୟ ମୃତ୍ୟୁବରଣ କରୁଛନ୍ତି। ବନ୍ୟପ୍ରାଣୀ ଆକ୍ରମଣରେ ମୃତାହତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ରାଶି ବୃଦ୍ଧି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ବନ୍ୟାପ୍ରାଣୀ ଆକ୍ରମଣରେ ମଣିଷର ମୃତ୍ୟୁ ହେଲେ ଅନୁକମ୍ପା ରାଶିର ପରିମାଣ ୪ ଲକ୍ଷ ଟଙ୍କାରୁ ୬ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ଗୁରୁତର ଆହତଙ୍କ କ୍ଷେତ୍ରରେ ସହାୟତା ପରିମାଣ ମଧ୍ୟ ବୃଦ୍ଧି ପାଇଛି।

୬୦ ପ୍ରତିଶତରୁ କମ୍‌ ଅକ୍ଷମତା କ୍ଷେତ୍ରରେ ସହାୟତା ପରିମାଣ ୧ ଲକ୍ଷ ଟଙ୍କାରୁ ୧.୫୦ ଲକ୍ଷ ଟଙ୍କା ଏବଂ ୬୦ ପ୍ରତିଶତରୁ ଅଧିକ ଅକ୍ଷମତା କ୍ଷେତ୍ରରେ ସହାୟତା ପରିମାଣ ୨.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ସାମାନ୍ୟ ଆହତଙ୍କ କ୍ଷେତ୍ରରେ ପୂର୍ବରୁ ସହାୟତା ପରିମାଣ ୫ ହଜାର ଟଙ୍କା ଥିଲା। ବର୍ତ୍ତମାନ ଏକ ସପ୍ତାହରୁ ଅଧିକ ସମୟ ଧରି ଚିକିତ୍ସାର ଆବଶ୍ୟକତା ଥିଲେ, ସେ କ୍ଷେତ୍ରରେ ସରକାରୀ ହସ୍‌ପିଟାଲରେ ସଂପୂର୍ଣ୍ଣ ମାଗଣା ଚିକିତ୍ସା ସହିତ ୧୦ ହଜାର ଟଙ୍କା ସହାୟତା ଦିଆଯିବ। ଚିକିତ୍ସାର ସମୟ ଏକ ସପ୍ତାହରୁ କମ୍‌ ହେଲେ, ସରକାରୀ ହସ୍‌ପିଟାଲରେ ସଂପୂର୍ଣ୍ଣ ମାଗଣା ଚିକିତ୍ସା ସହିତ ୫ ହଜାର ଟଙ୍କା ସହାୟତା ଦିଆଯିବ। ଗୋମହିଷାଦି ପ୍ରାଣୀଙ୍କ ମୃତ୍ୟୁ କ୍ଷେତ୍ରରେ ମଧ୍ୟ ସହାୟତା ରାଶି ବୃଦ୍ଧି ପାଇଛି। ଗାଈ ବା ମଇଁଷିଙ୍କ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶି ପରିମାଣ ୩୭,୫୦୦ ଟଙ୍କା ଏବଂ ବଳଦର ମୃତ୍ୟୁ କ୍ଷେତ୍ରରେ ସହାୟତା ୩୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ପୂର୍ବରୁ ଏହା ୫ ହଜାର ଟଙ୍କା ଥିଲା ।

ବାଛୁରୀ ମୃତ୍ୟୁ ପାଇଁ ସହାୟତା ପରିମାଣ ୨୫୦୦ ଟଙ୍କାରୁ ୫୦୦୦ ଟଙ୍କା, ଛେଳିମେଣ୍ଢାଙ୍କ ମୃତ୍ୟୁ କ୍ଷେତ୍ରରେ ୨୦୦୦ ଟଙ୍କାରୁ ୪୦୦୦ ଟଙ୍କା ଓ ମେଣ୍ଢା ଛୁଆ ମୃତ୍ୟୁ କ୍ଷେତ୍ରରେ ୭୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ଫସଲ କ୍ଷୟକ୍ଷତି କ୍ଷେତ୍ରରେ ମଧ୍ୟ ସହାୟତା ପରିମାଣ ବଢିଛି। ଧାନ ଓ ଅନ୍ୟାନ୍ୟ ଖାଦ୍ୟଶସ୍ୟ ଫସଲ କ୍ଷତିରେ ସହାୟତା ପରିମାଣ ଏକର ପିଚ୍ଛା ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ଅର୍ଥକରୀ ଫସଲ କ୍ଷତି କ୍ଷେତ୍ରରେ ସହାୟତା ପରିମାଣ ୧୨ ହଜାର ଟଙ୍କାରୁ ୨୫ ହଜାର ଟଙ୍କାକୁ ବଢିଛି । ସେହିପରି ଘର ଗୁଡିକର ଆଂଶିକ କ୍ଷତି କ୍ଷେତ୍ରରେ ସହାୟତା ପରିମାଣ ୨୦୦୦ ଟଙ୍କରୁ ୧୦,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ଘର ସଂପୂର୍ଣ୍ଣ ଭାଙ୍ଗିଥିଲେ, ବିଜୁ ପକ୍‌କା ଘର କିମ୍ବା ସେହି ମୂଲ୍ୟର ଅର୍ଥ ସହିତ ଆହୁରି ୨୦ ହଜାର ଟଙ୍କା ସହାୟତା ଆକାରରେ ପ୍ରଦାନ କରାଯିବ। ପୂର୍ବରୁ ଏହି ସହାୟତା ପରିମାଣ ୧୦,୦୦୦ ଟଙ୍କା ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?