Masthead

ବଢ଼ିଲା ଏଲପିଜି ସିଲିଣ୍ଡର ଦର, ଖାଉଟିଙ୍କ ମୁଣ୍ଡରେ ଚଡ଼କ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢ଼ିଲା ଏଲପିଜି ସିଲିଣ୍ଡର ଦର। ଉଭୟ ଘରୋଇ ଓ କମର୍ସିଆଲ ଏଲପିଜି ସିଲିଣ୍ଡର ଦର ବୃଦ୍ଧି ପାଇଛି। ଘରୋଇ ଏଲପିଜି ସିଲିଣ୍ଡର ଦର ୫୦ ଟଙ୍କା ବଢି ଥିବାବେଳେ କମର୍ସିଆଲ ଏଲପିଜି ସିଲିଣ୍ଡର ଦର ୩୫୦ ଟଙ୍କା ୫୦ ପଇସା ବୃଦ୍ଧି ପାଇଛି। ପୂର୍ବରୁ ଭୁବନେଶ୍ୱରରେ ଏଲ୍‌ପିଜି ଦର ୧ ହଜାର ୭୯ ଟଙ୍କା ଥିଲା। ଏବେ ୫୦ ଟଙ୍କା ବଢି ୧୧ ଶହ ୨୯ଟଙ୍କା ହୋଇଛି। ସେହିପରି ଦିଲ୍ଲୀରେ ଘରୋଇ ଏଲପିଜି ସିଲିଣ୍ଡର ଦର ବଢି ୧,୧୦୩ ଟଙ୍କା ହୋଇଛି।ସେହିପରି କମର୍ସିଆଲ ଏଲପିଜି ସିଲିଣ୍ଡର ଦର ମଧ୍ୟ ୩୫୦ ଟଙ୍କା ୫୦ ପଇସା ବଢିଛି।

ଦର ବଢ଼ିଥିବା ଯୋଗୁଁ ଖାଉଟିଙ୍କ ମଧ୍ୟରେ ନାହିଁ ନଥିବା ଅସନ୍ତୋଷ ଦେଖାଇଛି। ଏଥିଯୋଗୁ ଘରର ବଜେଟ ବିଗିଡ଼ିଯିବା ଯୋଗୁ ଲୋକେ ନାନା ଅସୁବିଧାର ସମ୍ମୁଖୀନ ମଧ୍ୟ ହେଉଛନ୍ତି। ଗତ ବର୍ଷ ଜୁଲାଇ ମାସରେ ୧୪.୨ କେଜି ଘରୋଇ ଏଲପିଜି ସିଲିଣ୍ଡର ଦର ୫୦ ଟଙ୍କା ବଢ଼ିଲା ।୫ କେଜି ଏଲ୍‌ପିଜି ସିଲିଣ୍ଡର ଦର ୧୮ ଟଙ୍କା ବଢ଼ିଛି । ଏହା ପୂର୍ବରୁ ମେ’ ମାସରେ ଘରୋଇ ଗ୍ୟାସ୍‌ ଦର ୫୦ ଟଙ୍କା ବଢ଼ିଥିଲା। ଫଳରେ ସିଲିଣ୍ଡର ପିଛା ୯୯୯ ଟଙ୍କାରେ ପହଞ୍ଚିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି