Masthead

୮ ୱିକେଟରେ ଅଷ୍ଟ୍ରେଲିଆକୁ ହରାଇ ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମହିଳା କ୍ରିକେଟରେ ଭାରତର ଐତିହାସିକ ବିଜୟ। ଟେଷ୍ଟ ମ୍ୟାଚରେ ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି ଟିମ୍‌ ଇଣ୍ଡିଆ। ମୁମ୍ବାଇରେ ଖେଳାଯାଇଥିବା ମହିଳା କ୍ରିକେଟରେ ଟେଷ୍ଟ ମ୍ୟାଚରେ ଭାରତ ଅଷ୍ଟ୍ରେଲିଆକୁ ୮ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଟିମ୍ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି । ଅଷ୍ଟ୍ରେଲିଆ ଉପରେ ଭାରତୀୟ ମହିଳା ଦଳର ଏହା ହେଉଛି ପ୍ରଥମ ଟେଷ୍ଟ ବିଜୟ। ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୨୧୯ ରନ୍ ଏବଂ ଦ୍ୱିତୀୟ ଇନିଂସରେ ୨୬୧ ରନ୍ ସଂଗ୍ରହ କରିଥିଲା । ଏହାର ଜବାବରେ ଭାରତ ପ୍ରଥମ ଇନିଂସରେ ୪୦୬ ରନ୍ ଏବଂ ଦ୍ୱିତୀୟ ଇନିଂସରେ ୨ ୱିକେଟ୍ ହରାଇ ଲକ୍ଷ୍ୟ ହାସଲ କରିଥିଲା। ସ୍ମୃତି ମନ୍ଦନା, ଜେମିମା ରୋଡ୍ରିଗେଜ୍, ରେଣୁକା ସିଂ ଏବଂ ସ୍ନେ ରାଣା ଭାରତ ପାଇଁ ଚମତ୍କାର ପ୍ରଦର୍ଶନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା