Masthead

୨୪ ନିର୍ବାଚନକୁ ଅପେକ୍ଷା କରନ୍ତୁ ମୋଦି: କେସି ଭେନୁଗୋପାଳ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୭୭ତମ ସ୍ୱାଧୀନତା ଦିବସରେ ଦେଶକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଆସନ୍ତାବର୍ଷ ଏହି ଲାଲକିଲାରୁ ପତାକା ଉତ୍ତୋଳନ କରିବି । ଯାହାକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ । ସେ କହିଛନ୍ତି ‘୨୦୨୪ରେ ଦେଶର ଲୋକମାନେ ନିଷ୍ପତ୍ତି ନେବେ କିଏ କ୍ଷମତାକୁ ଆସିବ କିଏ ଆସିବ ନାହିଁ । ଅନ୍ତଃତ ୨୦ ପକ୍ଷେ ୨୦୨୪ ସାଧାରଣ ନିର୍ବାଚନ ପାଇଁ ଅପେକ୍ଷା କରନ୍ତୁ । ଲାଲକିଲାରୁ ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ ପ୍ରଧାନମନ୍ତ୍ରୀ ।

ଶେଷରେ ସେ ୨୦୨୪ରେ ପୁଣି ଥରେ ଫେରିବା ବିଷୟରେ କହିଥିଲେ। ପରବର୍ତ୍ତୀ ସମୟରେ ଅଗଷ୍ଟ ୧୫ରେ ଏହି ଲାଲକିଲାରୁ ମୁଁ ଦେଶର ଉପଲବ୍ଧତା, ଏହାର ସଫଳତା ଏବଂ ଗୌରବ ଆପଣଙ୍କ ସାମ୍ନାରେ ଉପସ୍ଥାପନ କରିବି। ସେ କହିଛନ୍ତି ଦୁର୍ନୀତି ଭାରତର ବିକାଶକୁ ବନ୍ଦ କରିଦେଉଛି । ତ୍ରୁଣମୂଳ ସ୍ତରରୁ ଦୁର୍ନୀତିକୁ ହଟାଇବାର ସମୟ ଆସିଛି । ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଶେଷ ଥର ପାଇଁ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଲଗାତାର ତାଙ୍କର ୧୦ମ ସ୍ୱାଧୀନତା ଦିବସ ସମାରୋହରେ ଦେଶବାସୀଙ୍କ ଉଦେ୍ଦଶ୍ୟରେ ଫ୍ଲାଗସିମ୍ ସ୍କିମ ଉନ୍ମୋଚନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ