Masthead

ଆଜି ଦେଶ ପାଳୁଛି ୭୮ତମ ସ୍ୱାଧୀନତା ଦିବସ, ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶ ପାଳୁଛି ୭୮ତମ ସ୍ୱାଧୀନତା ଦିବସ। ସବୁଠି ସ୍ୱତନ୍ତ୍ରତାର ଏହି ଦିନକୁ ନେଇ ଉତ୍ସାହର ମାହୋଲ ଦେଖାଦେଇଛି । ଆଜି ଦିଲ୍ଲୀ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଲଗାତାର ୧୧ ଥର ପାଇଁ ସ୍ୱାଧୀନତା ଦିବସରେ ଲାଲକିଲ୍ଲାରୁ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି। ତାପୂର୍ବରୁ ପ୍ରଧାନମନ୍ତ୍ରୀ ରାଜଘାଟ ଯାଇ ମହାତ୍ମାଗାନ୍ଧିଙ୍କ ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଚଳିତବର୍ଷ ସ୍ୱାଧୀନତା ଦିବସର ଥିମ୍ ରହିଛି ବିକଶିତ ଭାରତଅ୨୦୪୭।

ଅର୍ଥାତ ଦେଶ ସ୍ୱାଧୀନତାର ଶହେ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ର କରିବା ଲକ୍ଷ୍ୟ ରଖିଛନ୍ତି ସରକାର। ଆଜି ଲାଲକିଲ୍ଲା କାର୍ୟ୍ୟକ୍ରମରେ ୬ ହଜାର ଅତିଥିଙ୍କୁ ନିମନ୍ତ୍ରିତ କରାଯାଇଛି। ଚାଷୀ, ଆଦିବାସୀ, ମହିଳା, ଆଶା କର୍ମୀ ଭଳି ଅତିଥି ରହିଛନ୍ତି। ତାସହ ଅଟଳ ଇନୋଭେସନ୍ ମିଶନ, ପିଏମ୍ ଶ୍ରୀ, ‘ମେରା ୟୁବା ଭାରତ’ ଭଳି ବିଭିନ୍ନ ଯୋଜନାରେ ଅନ୍ତର୍ଭୁକ୍ତ ଥିବା ଓ ଉଲ୍ଲେଖନୀୟ କାର୍ୟ୍ୟ କରିଥିବା ଛାତ୍ରଛାତ୍ରୀ ବି ଏହି କାର୍ୟ୍ୟକ୍ରମରେ ସାମିଲ ହେଉଛନ୍ତି। ସେହିପରି ପ୍ୟାରିସ୍ ଅଲିମ୍ପିକ୍ସରେ ଯୋଗ ଦେଇଥିବା ଆଥଲେଟଙ୍କୁ ବି ନିମନ୍ତ୍ରଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ