Masthead

ଆଜି ଭାରତ ଚୀନ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତ ଓ ଚୀନ ମଧ୍ୟରେ ଆଜି ହେବ ମିଲିଟାରୀ କମାଣ୍ଡରସ୍ତରୀୟ ବୈଠକ । ଏହି ବୈଠକ ଭାରତୀୟ ସୀମାରେ ଥିବା ଚୁସୁଲ ମୋଲଡା-ବର୍ଡର ପଏଣ୍ଟରେ ଆୟୋଜିତ ହେବ । ଭାରତ ଓ ଚୀନ ମଧ୍ୟରେ ଏଲଏସି ସୀମା ବିବାଦକୁ ନେଇ ଏହା ୧୯ ତମ ସାମରିକ ବୈଠକ । ଅପ୍ରେଲ ୨୩ ତାରିଖରେ କମାଣ୍ଡରସ୍ତରୀୟ ଆଲୋଚନା ହୋଇଥିଲା ।

ଏହାର ୪ ମାସ ପରେ ଆଜି ପୁଣି ବସୁଛି ବୈଠକ । ଚୀନ ସହ ଏଲଏସି ସୀମା ବିବାଦ ଆଲୋଚନାରେ ଲେଫ୍ଟନାଣ୍ଟ ଜେନେରାଲ ରସିମ ବାଲି ଭାରତର ପ୍ରତିନିଧିତ୍ୱ କରିବେ । ଭାରତ –ଚୀନ ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ ଭାରତ ଆପଣାଇଥିଲା ଆକ୍ରମଣାତ୍ମକ ଆଭିମୁଖ୍ୟ ।

ପ୍ରକୃତ ନିୟନ୍ତ୍ରଣ ରେଖା ନିକଟରେ ଚୀନ ସହ ଯୁଦ୍ଧ ପାଇଁ ହୋଇଥିଲା ସମସ୍ତ ପ୍ରସ୍ତୁତି । ୨୦୨୦ ଗଲୱାନ ଘାଟି ରକ୍ତାକ୍ତ ସଂଘର୍ଷ ପରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇଥିଲା ଭାରତ । ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପିଟିଆଇକୁ ଦିଆଯାଇଥିବା ରିପୋର୍ଟରେ ଏହି ତଥ୍ୟ ଏବେ ସାମ୍ନାକୁ ଆସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ